ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।

ମିଳିଥିବା ସୂଚନା ମୁତାବକ, ଗିରଫ ଅଭିଯୁକ୍ତମାନେ ନିଜକୁ ସିଆଇଡି ଅଧିକାରୀ ବୋଲି ପରିଚୟ ଦେଇ ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ ବ୍ୟବସାୟୀଙ୍କୁ ଟାର୍ଗେଟ କରୁଥିଲେ।

ଅଭିଯୁକ୍ତମାନେ ସେମାନଙ୍କୁ ଧମକ ଦେବା ସହ ଟଙ୍କା ଆଦାୟ କରୁଥିବା ସୂଚନା ମିଳିଛି। ଏକ ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ଟିମ୍‌ ଚନ୍ଦ୍ରଶେଖରପୁର ଅଞ୍ଚଳର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଚଢାଉ କରି ଅଭିଯୁକ୍ତମାନଙ୍କୁ ଧରିବାରେ ସଫଳ ହୋଇଥିଲା। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଗିରଫ ଅଭିଯୁକ୍ତଙ୍କ ସମ୍ପର୍କରେ ଅଧିକ ତଦନ୍ତ ଆରମ୍ଭ କରିଛି। ଗିରଫ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲ ସୂଚନା ମିଳିଛି।

Share