ନକଲି ଡାକ୍ତରଙ୍କ ଠକେଇ ପେଡ଼ି ଖୋଲୁଛି

ଭୁବନେଶ୍ୱର, ୨୧।୨(ବ୍ୟୁରୋ): ଅର୍ଥ ପାଇଁ ୧୭ଜଣଙ୍କୁ ବିବାହ କରିଥିବା ରସିକିଆ ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ଠକେଇ ପେଡି ଖୋଲିବାରେ ଲାଗିଛି। ଶନିବାରଠାରୁ ୫ଦିନିଆ ରିମାଣ୍ଡରେ ଆଣି କମିଶନରେଟ ପୋଲିସ ମାରାଥନ୍‌ ଜେରା କରୁଛି। ରବିବାର ରିମାଣ୍ଡର ଦ୍ୱିତୀୟ ଦିନରେ ମହିଳା ଥାନା, ସାଇବର, ଆଣ୍ଟିଫ୍ରଡ୍‌ ସେଲ୍‌ ଓ ସ୍ପେଶାଲ ସ୍କ୍ବାଡ୍‌କୁ ନେଇ ଗଠିତ ସ୍ବତନ୍ତ୍ର ଟିମ୍‌ ତାଙ୍କୁ ଜେରା କରି ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଛି। ମହିଳାଙ୍କୁ ପ୍ରତାରିତ କରିବା ଓ ଠକେଇ ମାମଲାରେ ବିଭିନ୍ନ ଦିଗକୁ ନେଇ ସ୍ବତନ୍ତ୍ର ଟିମ୍‌ ଅନୁସନ୍ଧାନ ଜାରି ରଖିଛି। ପୋଲିସ ଟିମ୍‌ ରମେଶଙ୍କୁ ୮ ଘଣ୍ଟାରୁ ଅଧିକ ସମୟ ଜେରା କରିଥିଲା। ବିଭିନ୍ନ ପ୍ରଶ୍ନର ସେ ସନ୍ତୋଷଜନକ ଉତ୍ତର ଦେଇ ନ ଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ତେବେ ଅଭିଯୁକ୍ତ ରମେଶ ନିଜକୁ କେନ୍ଦ୍ର ସରକାରଙ୍କ ଅଧିକାରୀ ବୋଲି ପରିଚୟ ଦେଇ କୋଲକାତାର ଜଣେ ବ୍ୟବସାୟୀଙ୍କଠାରୁ ହ୍ୟାଚେରି ମେଶିନ କିଣି ୧ ଲକ୍ଷରୁ ଅଧିକ ଟଙ୍କା ଠକିଥିବା ଅଭିଯୋଗ ଆସିଛି। ଅନ୍ୟପକ୍ଷରେ ରମେଶଙ୍କ ନାମରେ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ୨ଟି ଥାନାରେ ୨ ମାମଲା ଥିବାବେଳେ ଭରତପୁର ଥାନାରେ ଏବେ ଆଉଏକ ମାମଲା ରୁଜୁ କରାଯାଇଛି। ଏମ୍‌ସରେ ଚାକିରି ଦେବାକୁ କହି ଜଣେ ଯୁବକଙ୍କଠାରୁ ୧୨ ଲକ୍ଷ ୯୨ ହଜାର ଠକିଛନ୍ତି। ଏନେଇ ଭରତପୁର ଥାନା ପୋଲିସ ରମେଶଙ୍କ ନାମରେ ଏକ ମାମଲା (ନଂ.୬୨/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ପୋଲିସ ସୂଚନା ଅନୁଯାୟୀ, ଫୁଲେଶ୍ୱର ବସ୍ତିରେ ରହୁଥିବା ସଞ୍ଜୟ କୁମାର ଦାସଙ୍କ ସହ ରମେଶଙ୍କର ୨୦୨୧ ଜାନୁୟାରୀରେ ପରିଚୟ ହୋଇଥିଲା। ରମେଶ ତାଙ୍କୁ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରାଳୟର ଅତିରିକ୍ତ ସଚିବ ବୋଲି ପରିଚୟ ଦେଇ ଏମ୍‌ସ କିମ୍ବା ଇଫ୍‌କୋରେ ଚାକିରି କରାଇଦେବାକୁ କହି ବିଭିନ୍ନ ପର୍ଯ୍ୟାୟରେ ୧୨ ଲକ୍ଷ ୯୨ ହଜାର ଟଙ୍କା ନେଇ ଠକିଥିଲେ। ଗଣମାଧ୍ୟମରେ ରମେଶଙ୍କ କଳାକାରନାମା ଜାଣିବା ପରେ ସଞ୍ଜୟ ଶନିବାର ଥାନାରେ ଅଭିଯୋଗ କରିଥିଲେ। ତେବେ ଏହି ମାମଲାରେ ଅଧିକ ତଦନ୍ତ ପାଇଁ ରମେଶଙ୍କୁ ଆଉଥରେ ରିମାଣ୍ଡରେ ଆଣିବାକୁ କୋର୍ଟରେ ଆବେଦନ କରାଯିବ ବୋଲି ତଦନ୍ତକାରୀ ଅଫିସର ବିଜୟ ଦାସ କହିଛନ୍ତିି।
ଅଭିଯୁକ୍ତ ରମେଶ ବିଭିନ୍ନ ମାଟ୍ରିମୋନିଆଲ୍‌ ସାଇଟ୍‌ ଏବଂ ସୋସିଆଲ୍‌ ମିଡିଆରୁ ଉଚ୍ଚଶିକ୍ଷିତା ମହିଳାଙ୍କ ସହିତ ସମ୍ପର୍କ ଯୋଡ଼ିବା ସହ ମିଥ୍ୟା ପରିଚୟ ଓ ପ୍ରତିଶ୍ରୁତି ଦେଇ ଫସାଇ ବିବାହ କରୁଥିଲେ। ବିଶେଷକରି ଏକୁଟିଆ ରହୁଥିବା ମଧ୍ୟବୟସ୍କା ମହିଳାଙ୍କୁ ସେ ଟାର୍ଗେଟ କରୁଥିଲେ। ଏହାପରେ ସୁବିଧା ଦେଖି ଟଙ୍କା, ସୁନା ଓ ସମ୍ପତ୍ତି ଲୁଟୁଥିଲେ। ତେବେ ରମେଶଙ୍କ ଦ୍ୱାରା ପ୍ରତାରଣାର ଶିକାର ହୋଇଥିବା ଦିଲ୍ଲୀର ଜଣେ ମହିଳା ଗତବର୍ଷ ଜୁଲାଇରେ ଭୁବନେଶ୍ୱର ମହିଳା ଥାନାରେ ଅଭିଯୋଗ କରିବା ପରେ କମିଶନରେଟ ପୋଲିସ ତାଙ୍କୁ ଗିରଫ କରିଥିଲା। ତେବେ ତଦନ୍ତବେଳେ ତାଙ୍କର ଚାକିରି ଓ ନାମଲେଖା ଠକେଇ ପଦାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri