ଶିଶୁ ବିଶେଷଜ୍ଞ ବୋଲାଉଥିବା ନକଲି ଡାକ୍ତର ଗିରଫ

ଝାରସୁଗୁଡ଼ା ଅଫିସ,୨୩ା୫: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଅଞ୍ଚଳରୁ ଜଣେ ନକଲି ଡାକ୍ତରଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିିଛି। ସେ ହେଲେ ଛତିଶଗଡ଼ ଦୁର୍ଗ ଜିଲା ଭଂସୁଲିର ରମେଶ କୁମାର ସାହୁ(୪୫)। ଏ ନେଇ ବେଲପାହାଡ଼ ଥାନା ପୋଲିସ ନଂ.୯୭/୨୧ରେ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଛି। ପୋଲିସ କେତେକ ନକଲି ସାର୍ଟିଫିକେଟ୍‌, ପ୍ରେସ୍‌କ୍ରିପ୍‌ଶନ୍‌ ପ୍ୟାଡ୍‌, ସାଇନ୍‌ବୋର୍ଡ ଓ ମେଡିସିନ୍‌ ଜବତ କରିଛି। ଏ ସମ୍ପର୍କରେ ଏସ୍‌ଡିପିଓ ଦିଲୀପ ଦାସ ଓ ଆଇଆଇସି ରଞ୍ଜନ ବିଶ୍ୱାଳ ବେଲପାହାଡ଼ ଥାନାରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି, ରମେଶ ବେଲପାହାଡ଼ ଷ୍ଟେଶନପଡ଼ାରେ ଏକ କ୍ଲିନିକ୍‌ କରି ନିଜକୁ ଜଣେ ଏମ୍‌ବିବିଏସ୍‌ ଶିଶୁରୋଗ ବିଶେଷଜ୍ଞ ବୋଲି କହି ରୋଗୀଙ୍କୁ ଚିକିତ୍ସା କରୁଥିଲେ । ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ କ୍ଲିନିକ୍‌ ଉପରେ ଚଢ଼ାଉ କରି କେତେକ କାଗଜପତ୍ର ଜବତ କରିଥିଲା। ଏହିସବୁ କାଗଜପତ୍ର ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଞ୍ଚ ପାଇଁ ପଠାଯାଇଥିଲା। ଯାଞ୍ଚ ପରେ ଏସବୁ ନକଲି ବୋଲି ଜଣାପଡିଥିଲା। ପରେ ପୋଲିସ ତାଙ୍କୁ ଗିରଫ କରିଥିଲା। ରମେଶ ଗତ ୨ବର୍ଷ ହେଲା ବେଲପାହାଡ଼ରେ ରହି ବିଭିନ୍ନ ମେଡିସିନ୍‌ ଦୋକାନ ଓ କ୍ଲିନିକ୍‌ରେ ରୋଗୀ ଚିକିତ୍ସା କରୁଥିଲେ  ।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri