ଧରାପଡ଼ିଲେ ନକଲି ଡାକ୍ତର

କାମାକ୍ଷାନଗର,୭।୧୧(ସୁଧୀର କୁମାର ପରିଡା): ବିନା ଡାକ୍ତରୀ ପାଠ ପଢାରେ କରୁଥିଲେ ଚିକିତ୍ସା। ଦୀର୍ଘବର୍ଷ ଧରି ସ୍ବାସ୍ଥ୍ୟସେବା ନାଁରେ ନିରୀହ ଲୋକଙ୍କୁ କରୁଥିଲେ ଶୋଷଣ। ଏପରି ଅଭିଯୋଗ ଆସିବା ପରେ କଙ୍କଡାହାଡ଼ ପୋଲିସ ସମ୍ପୃକ୍ତ ନକଲି ଡାକ୍ତରଙ୍କୁ ସୋମବାର ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ପଶ୍ଚିମବଙ୍ଗ ରାଜ୍ୟର ରାକେଶ ବିଶ୍ୱାସ। ପୋଲିସ କହିଛି, ଦୀର୍ଘବର୍ଷ ହେବ ରାକେଶ ଆଦିବାସୀ ଅଧ୍ୟୁଷିତ କଙ୍କଡ଼ାହାଡ଼ ବ୍ଲକ କେରଜୁଳି ପଞ୍ଚାୟତ କାର୍ଯ୍ୟାଳୟ ପାଖରେ କ୍ଲିନିକ୍‌ କରି ରୋଗୀ ସେବା କରୁଥିଲେ। ଏହି ଅଭିଯୋଗ ଆସିବା ପରେ କଙ୍କଡାହାଡ଼ ଥାନା ଅଧିକାରୀ କଳ୍ପନା ବେହେରାଙ୍କ ନେତୃତ୍ୱରେ ଏକ ଟିମ୍‌ ରବିବାର କ୍ଲିନିକ୍‌ରେ ଚଢାଉ କରି ରାକେଶଙ୍କୁ ଅଟକ ରଖିଥିଲେ। ସୋମବାର କଙ୍କଡାହାଡ଼ ଥାନାରେ ଟୁକୁନ ବିଶ୍ୱାଳ, ରଞ୍ଜିତ କୁମାର ସାହୁ ରାକେଶଙ୍କ ନାଁରେ ଅଭିଯୋଗ କଲା ପରେ ପୋଲିସ ଘଟଣାର ତଦନ୍ତ କରି ରାକେଶଙ୍କୁ ଗିରଫ କରିଛି। ଏଥିସହିତ ତାଙ୍କ କ୍ଲିନିକ୍‌ରୁ ଔଷଧ ଓ ଅନ୍ୟାନ୍ୟ କାଗଜପତ୍ର ଜବତ କରିଛି। ସେହିପରି ରୋଡ଼ଙ୍ଗ ଗ୍ରାମରେ ପଶ୍ଚିମବଙ୍ଗ ରାଜ୍ୟର ଅନ୍ୟ ଜଣେ ନକଲି ଡାକ୍ତର ସୋମନ ସରକାର ସ୍ବାସ୍ଥ୍ୟସେବା କରୁଥିବା ଖବରପାଇ ପୋଲଚିସ କ୍ଲିନିକ୍‌ରେ ଚଢାଉ କରିଥିଲା। ହେଲେ ସୋମନ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏ ସଂକ୍ରାନ୍ତରେ ଥାନା ଅଧିକାରୀ କଳ୍ପନା ବେହେରା କହିଛନ୍ତି, ଅଭିଯୋଗ ଆଧାରରେ ନକଲି ଡାକ୍ତର ରାକେଶଙ୍କୁ ଗିରଫ କରାଯାଇଛି। ଅନ୍ୟ ଅଭିଯୁକ୍ତ ସୋମନ ସରକାର ଫେରାର ହୋଇଯାଇଛନ୍ତି। ଜିଲାପାଳ ମନୋରଞ୍ଜନ ମଲ୍ଲିକ କହିଛନ୍ତି, ନକଲି ଡାକ୍ତରଙ୍କୁ ଗିରଫ କରାଯାଇଛି। ଯେଉଁଠି ଏଭଳି ନକଲି ଡାକ୍ତର ଥିବେ ତାଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଦିଲୀପ କୁମାର ବିଶ୍ବାଳ କହିଛନ୍ତି, ଲୋକମାନଙ୍କୁ ବିଭିନ୍ନ ସରକାରୀ ସ୍ବାସ୍ଥ୍ୟ ଯୋଜନା ଉପରେ ସଚେତନ କରାଯାଉଛି। କିନ୍ତୁ ବେଳେବେଳେ ଲୋକମାନେ ଏଭଳିଆ ଠକ ଲୋକଙ୍କ ଶିକାର ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri