ହାଇକୋର୍ଟରେ ନକଲି ଡାକ୍ତର ଚିହ୍ନଟ ମାମଲା: ‘ଜାଲ ଡାକ୍ତର ନିଯୁକ୍ତି ରୋକିବାକୁ କ’ଣ ପଦକ୍ଷେପ ନେଇଛ ଜଣାଅ’

କଟକ,୨୭ା୨ (କାର୍ତ୍ତିକ ସାହୁ) ରାଜ୍ୟରେ ରହିଥିବା ନକଲି ଡାକ୍ତରମାନଙ୍କୁ ଚିହ୍ନଟ କରାଯିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ମଙ୍ଗଳବାର ହୋଇଛି। ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଗତ ଏହି ମାମଲାର ଶୁଣାଣି କରିଛନ୍ତି ମୁଖ୍ୟ ବିଚାରପତି ଚକ୍ରଧର ଶରଣ ସିଂହ ଓ ବିଚାରପତି ଏମ.ଏସ. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ। ଓଡ଼ିଶା କାଉନ୍‌ସିଲ ଅଫ ମେଡିକାଲ ରେଜିଷ୍ଟ୍ରେସନର (ଓସିଏମ୍‌ଆର) ଅଧ୍ୟକ୍ଷଙ୍କୁ ବ୍ୟକ୍ତିଗତ ହାଜର ହେବା ପାଇଁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତିି। ଏଥିସହ ଜାଲ ଡାକ୍ତର ନିଯୁକ୍ତି ରୋକିବା କ୍ଷେତ୍ରରେ କ’ଣ ପଦକ୍ଷେପ ଗ୍ରହଣ କରାଯାଇଛି ସେନେଇ ଜଣାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ନିମନ୍ତେ ମାର୍ଚ୍ଚ ୫ ତାରିଖକୁ ଧାର୍ଯ୍ୟ ହୋଇଛି। ପ୍ରକାଶ ଯେ, ପୂର୍ବ ଶୁଣାଣିରେ ରାଜ୍ୟରେ ନକଲି ଡାକ୍ତରଙ୍କୁ ଚିହ୍ନଟ ପାଇଁ ରୁଜୁ ମାମଲାରେ କ’ଣ ପଦକ୍ଷେପ ଗ୍ରହଣ କରାଯାଉଛି, ନକଲି ଡାକ୍ତର ଯାଞ୍ଚ ଲାଗି କୌଣସି ବ୍ୟବସ୍ଥା ରହିଛି କି ନାହିଁ ସେ ବାବଦରେ ସତ୍ୟପାଠ ଦାଖଲ ଲାଗି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାରଙ୍କ ପକ୍ଷରୁ ଏ ସଂକ୍ରାନ୍ତୀୟ ସତ୍ୟପାଠ ଦାଖଲ କରାଯାଇଥିଲା। ରାଜ୍ୟ ସରକାର ଜବାବ ଦାଖଲ କରିବା ପରେ ଆବେଦନକାରୀଙ୍କୁ ପ୍ରତି ଜବାବ ଦାଖଲ ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାସଙ୍କ ଉପରେ ପୁଣି ଆସ୍ଥାପ୍ରକଟ କଲା କଂଗ୍ରେସ: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ମୋରଡା,୧୫।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକ ମାତ୍ର ଅଣସଂରକ୍ଷିତ ମୋରଡା ନିର୍ବାଚନମଣ୍ଡଳୀ ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇଉଠିଛି l ପୂର୍ବରୁ ବିଜୁ ଜନତା...

ଭାଜପାରେ ସାମିଲ ହେଲେ ବରଗଡ଼ର ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ଭୁବନେଶ୍ୱର,୧୫।୪: ଭାଜପାରେ ସାମିଲ ହେଲେ ବରଗଡ଼ର ପୂର୍ବତନ ଏମ୍‌ପି ପ୍ରଭାସ ସିଂ। ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ସେ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ପୂର୍ବତନ...

ବିଜେଡିକୁ ଶକ୍ତ ଝଟ୍‌କା: ଦଳ ଛାଡିଲେ ରାଜ୍ୟ ସମ୍ପାଦକ

ଭୁବନେଶ୍ୱର,୧୫।୪: ଆଗାମୀ ନିର୍ବାଚନକୁ ରାଜନୀତି ସରଗରମ ହେବା ସହିତ ନେତାଙ୍କ ଦଳ ବଦଳ ଜାରି ରହିଛି। କିଏ ଦଳ ଛାଡୁଛି ତ କିଏ ନୂଆ ଦଳରେ...

ଭୁବନେଶ୍ୱର ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୧୫।୪: ଡହଡହ ଖରାରେ ସିଝୁଛି ରାଜଧାନୀ ଭୁବନେଶ୍ୱର। ଦିନ ସାଢ଼େ ୨ଟାରେ ୪୧.୨ ଡିଗ୍ରୀ ସହ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ପାଲଟିଛି। ଚାନ୍ଦବାଲି ୪୧.୧, ଝାରସୁଗୁଡ଼ା...

ଚଳିତ ବର୍ଷ ବଳକା ହେବ ମୌସୁମୀ ବର୍ଷା: ଭାରତୀୟ ପାଣିପାଗ ବିଭାଗ

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷ ସ୍ୱାଭାବିକ ଠାରୁ ଅଧିକ ବର୍ଷା ନେଇ ଆସୁଛି ଦକ୍ଷିଣ ପଶ୍ଚିମ ମୌସୁମୀ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା...

କଂଗ୍ରେସରୁ ଟିକେଟ୍‌ ପାଇବା ପରେ ଏମିତି କହିଲେ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅ

ଭୁବନେଶ୍ୱର,୧୫।୪: ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥ୍ବୀବଲ୍ଲଭଙ୍କୁ କଂଗ୍ରେସ ପକ୍ଷରୁ ବେଗୁନିଆରୁ ବିଧାୟକ ପ୍ରାର୍ଥୀ ଘୋଷଣା କରାଯାଇଛି। ଟିକେଟ୍‌ ପାଇବା ପରେ ନିଜ ପ୍ରତିକ୍ରିୟା...

ଭାଜପାରେ ସାମିଲ ହେଲେ କାରଖାନା ଭାଉଜ

ଭୁବନେଶ୍ୱର,୧୫।୪: ରାଜଧାନୀ ଭୁବନେଶ୍ୱରରେ କାର୍‌ରେ ଖାଦ୍ୟ ବିକି ଚର୍ଚ୍ଚାକୁ ଆସିଥିବା ଦୁଇ ଯା’ ନେହା ଏବଂ ରଶ୍ମିତା ପାଣିଗ୍ରାହୀ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର...

ସ୍ବାମୀଙ୍କ ସହ ଭାଜପାରେ ଯୋଗଦେଲେ ଜ୍ୟୋତି ପାଣିଗ୍ରାହୀ

ଭୁବନେଶ୍ୱର,୧୫।୪:ନିକଟରେ ବିଜେଡି ଛାଡିଥିବା ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସ୍ବାମୀ ସରୋଜ ପାଣିଗ୍ରାହୀ ମଧ୍ୟରେ ପଦ୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri