ନକଲି ଡାକ୍ତର ଚିହ୍ନଟ ମାମଲା: ହାଜର ହେଲେ ଓସିଏମ୍‌ଆର୍‌ ଅଧ୍ୟକ୍ଷ

କଟକ,୫ା୩ (କାର୍ତ୍ତିକ ସାହୁ) ରାଜ୍ୟରେ ନକଲି ଡାକ୍ତରମାନଙ୍କୁ ଚିହ୍ନଟ କରାଯିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ମଙ୍ଗଳବାର ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଓଡ଼ିଶା କାଉନ୍‌ସିଲ ଅଫ୍‌ ମେଡିକାଲ ରେଜିଷ୍ଟ୍ରେସନ (ଓସିଏମ୍‌ଆର) ଅଧ୍ୟକ୍ଷ ହାଜର ହୋଇ ନିଜର ପକ୍ଷ ରଖିଛନ୍ତି। ନକଲି ଡାକ୍ତରଙ୍କୁ କିପରି ନିୟନ୍ତ୍ରଣ କରିହେବ ସେନେଇ ସବିଶେଷ ତଥ୍ୟ ଦେବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧର ଶରଣ ସିଂହ ଓ ବିଚାରପତି ଏମ.ଏସ. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ପରବର୍ତ୍ତି ଶୁଣାଣି ନିମନ୍ତେ ମାର୍ଚ୍ଚ ୨୭କୁ ଧାର୍ଯ୍ୟ କରିଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଜ୍ୟରେ ନକଲି ଡାକ୍ତରଙ୍କୁ ଚିହ୍ନଟ ନେଇ ଏକ ମାମଲା ହାଇକୋର୍ଟରେ ରୁଜୁ କରାଯାଇଛି। ରାଜ୍ୟରେ ନକଲି ଡାକ୍ତରଙ୍କୁ ଚିହ୍ନଟ ପାଇଁ ରୁଜୁ ମାମଲାରେ କ’ଣ ପଦକ୍ଷେପ ଗ୍ରହଣ କରାଯାଉଛି, ନକଲି ଡାକ୍ତର ଯାଞ୍ଚ ଲାଗି କୌଣସି ବ୍ୟବସ୍ଥା ରହିଛି କି ନାହିଁ ସେ ବାବଦରେ ସତ୍ୟପାଠ ଦାଖଲ ଲାଗି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାରଙ୍କ ପକ୍ଷରୁ ଏ ସଂକ୍ରାନ୍ତୀୟ ସତ୍ୟପାଠ ପୂର୍ବରୁ ଦାଖଲ କରାଯାଇଥିଲା। ରାଜ୍ୟ ସରକାର ଜବାବ ଦାଖଲ କରିବା ପରେ ଆବେଦନକାରୀଙ୍କୁ ପ୍ରତି ଜବାବ ଦାଖଲ ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଗତ ଫେବୃୟାରୀ ୨୭ ତାରିଖ ଶୁଣାଣିରେ ଓଡ଼ିଶା କାଉନ୍‌ସିଲ ଅଫ ମେଡିକାଲ ରେଜିଷ୍ଟ୍ରେସନର ଅଧ୍ୟକ୍ଷଙ୍କୁ ବ୍ୟକ୍ତିଗତ ହାଜର ହେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଜାଲ ଡାକ୍ତର ନିଯୁକ୍ତି ରୋକିବା କ୍ଷେତ୍ରରେ କ’ଣ ପଦକ୍ଷେପ ଗ୍ରହଣ କରାଯାଇଛି ସେନେଇ ଜଣାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri