ନକଲି ଡାକ୍ତର ଚିହ୍ନଟ ମାମଲା: ହାଜର ହେଲେ ଓସିଏମ୍‌ଆର୍‌ ଅଧ୍ୟକ୍ଷ

କଟକ,୫ା୩ (କାର୍ତ୍ତିକ ସାହୁ) ରାଜ୍ୟରେ ନକଲି ଡାକ୍ତରମାନଙ୍କୁ ଚିହ୍ନଟ କରାଯିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ମଙ୍ଗଳବାର ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଓଡ଼ିଶା କାଉନ୍‌ସିଲ ଅଫ୍‌ ମେଡିକାଲ ରେଜିଷ୍ଟ୍ରେସନ (ଓସିଏମ୍‌ଆର) ଅଧ୍ୟକ୍ଷ ହାଜର ହୋଇ ନିଜର ପକ୍ଷ ରଖିଛନ୍ତି। ନକଲି ଡାକ୍ତରଙ୍କୁ କିପରି ନିୟନ୍ତ୍ରଣ କରିହେବ ସେନେଇ ସବିଶେଷ ତଥ୍ୟ ଦେବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧର ଶରଣ ସିଂହ ଓ ବିଚାରପତି ଏମ.ଏସ. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ପରବର୍ତ୍ତି ଶୁଣାଣି ନିମନ୍ତେ ମାର୍ଚ୍ଚ ୨୭କୁ ଧାର୍ଯ୍ୟ କରିଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଜ୍ୟରେ ନକଲି ଡାକ୍ତରଙ୍କୁ ଚିହ୍ନଟ ନେଇ ଏକ ମାମଲା ହାଇକୋର୍ଟରେ ରୁଜୁ କରାଯାଇଛି। ରାଜ୍ୟରେ ନକଲି ଡାକ୍ତରଙ୍କୁ ଚିହ୍ନଟ ପାଇଁ ରୁଜୁ ମାମଲାରେ କ’ଣ ପଦକ୍ଷେପ ଗ୍ରହଣ କରାଯାଉଛି, ନକଲି ଡାକ୍ତର ଯାଞ୍ଚ ଲାଗି କୌଣସି ବ୍ୟବସ୍ଥା ରହିଛି କି ନାହିଁ ସେ ବାବଦରେ ସତ୍ୟପାଠ ଦାଖଲ ଲାଗି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାରଙ୍କ ପକ୍ଷରୁ ଏ ସଂକ୍ରାନ୍ତୀୟ ସତ୍ୟପାଠ ପୂର୍ବରୁ ଦାଖଲ କରାଯାଇଥିଲା। ରାଜ୍ୟ ସରକାର ଜବାବ ଦାଖଲ କରିବା ପରେ ଆବେଦନକାରୀଙ୍କୁ ପ୍ରତି ଜବାବ ଦାଖଲ ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଗତ ଫେବୃୟାରୀ ୨୭ ତାରିଖ ଶୁଣାଣିରେ ଓଡ଼ିଶା କାଉନ୍‌ସିଲ ଅଫ ମେଡିକାଲ ରେଜିଷ୍ଟ୍ରେସନର ଅଧ୍ୟକ୍ଷଙ୍କୁ ବ୍ୟକ୍ତିଗତ ହାଜର ହେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଜାଲ ଡାକ୍ତର ନିଯୁକ୍ତି ରୋକିବା କ୍ଷେତ୍ରରେ କ’ଣ ପଦକ୍ଷେପ ଗ୍ରହଣ କରାଯାଇଛି ସେନେଇ ଜଣାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri