Posted inଜାତୀୟ

୭ ରୋଗୀଙ୍କ ଜୀବନ ନେଇଗଲେ ନକଲି ଡାକ୍ତର

ଦମୋହ,୫।୪: ମଧ୍ୟପ୍ରଦେଶର ଦାମୋହ ସହରର ଏକ ଘରୋଇ ମିଶନାରି ହସ୍ପିଟାଲରେ ଜଣେ ନକଲି ଡାକ୍ତର ହୃତ୍‌ପିଣ୍ଡ ଅସ୍ତ୍ରୋପଚାର ବେଳେ ଅନୂ୍ୟନ ୭ ଜଣ ରୋଗୀଙ୍କୁ ମାରିଦେଇଥିବା ଅଭିଯୋଗ ହୋଇଛି।

ଜିଲା ଅଧିକାରୀ ଅଭିଯୋଗର ତଦନ୍ତ ଚଳାଇଛନ୍ତି। ମାସେ ମଧ୍ୟରେ ହସ୍ପିଟାଲରେ ୭ ଜଣଙ୍କ ମୃତ୍ୟୁ ଘଟିବା ଉକ୍ତ ଅଞ୍ଚଳରେ ଚିନ୍ତା ବଢ଼ାଇଦେଇଛି। ଏନ୍‌. ଜନ୍‌ କେମ୍‌ ନାମକ ବ୍ୟକ୍ତି ନିଜକୁ ଖ୍ୟାତନାମା ବ୍ରିଟିଶ ହୃଦ୍‌ରୋଗ ବିଶେଷଜ୍ଞ ପରିଚୟ ଦେଇ ଉକ୍ତ ହସ୍ପିଟାଲରେ ରୋଗୀଙ୍କ ହୃତ୍‌ପିଣ୍ଡ ଅସ୍ତ୍ରୋପଚାର କରୁଥିଲେ।

ପରବର୍ତ୍ତୀ ସମୟରେ ରୋଗୀଙ୍କର ମୃତ୍ୟୁ ଘଟିଥିଲା। ତଦନ୍ତ ପରେ ଅଭିଯୁକ୍ତଙ୍କ ପ୍ରକୃତ ନାମ ନରେନ୍ଦ୍ର ବିକ୍ରମାଦିତ୍ୟ ଯାଦବ ବୋଲି ଜଣାପଡ଼ିଛି। ସରକାରୀ ଭାବେ ରୋଗୀଙ୍କ ମୃତ୍ୟୁସଂଖ୍ୟା ୭ କୁହାଯାଉଥିବା ବେଳେ ପ୍ରକୃତ ମୃତ୍ୟୁ ଏହାଠାରୁ ଅଧିକ ବୋଲି ଜିଲା ଶିଶୁ କଲ୍ୟାଣ କମିଟି ଅଧ୍ୟକ୍ଷ ତଥା ଆଇନଜୀବୀ ଦୀପକ ତିଓ୍ବାରୀ କହିଛନ୍ତି। ସେ ଏନେଇ ପୂର୍ବରୁ ଦାମୋହ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଅନ୍ୟ କେତେଜଣ ରୋଗୀଙ୍କ ଅଭିଯୋଗ ପରେ ଡାକ୍ତର ଜଣକ ନକଲି ବୋଲି ଜଣାପଡ଼ିଥିଲା। ପ୍ରକୃତ ଡାକ୍ତର ବ୍ରିଟେନରେ ଥିବାବେଳେ ନରେନ୍ଦ୍ର ନାମକ ବ୍ୟକ୍ତି ଏଠାରେ ନିଜକୁ ଡାକ୍ତର ପରିଚୟ ଦେଇ ଚିକିତ୍ସା ଚଳାଇଥିଲେ। ହାଇଦ୍ରାବାଦରେ ତାଙ୍କ ନାଁରେ ମାମଲା ରହିଛି। ସେ ନିଜର ପ୍ରକୃତ ଦସ୍ତାବିଜ୍‌ କାହାକୁ ଦେଖାଇ ନ ଥିବା ତିଓ୍ବାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?