ବାହାର ରାଜ୍ୟରୁ ଆସୁଛି ନକଲି ଔଷଧ: ୧୨ ବିତରକଙ୍କ ବିରୋଧରେ ମାମଲା ରୁଜୁ

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ରାଜ୍ୟରେ ନକଲି ମେଡିସିନ କାରବାର ବଢ଼ି ଚାଲିଛି। ବାହାର ରାଜ୍ୟରୁ ନକଲି ଔଷଧ ଆସୁଛି। ଇତି ମଧ୍ୟରେ କଟକରେ ୬ଟି, ଝାରସୁଗୁଡାରେ ୨ ଏବଂ କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ବରଗଡ ଓ ସମ୍ବଲପୁରରେ ଗୋଟିଏ ଲେଖାଏ ସ୍ଥାନରୁ ନକଲି ଔଷଧ ଧରାଯାଇ ଆଇନଗତ ମାମଲା ରୁଜୁ କରାଯାଇଛି। ଏଥିମଧ୍ୟରେ କଟକର ଭି.ଆର୍‌.ଏଜେନ୍ସି, ପୂଜା ଏଣ୍ଟରପ୍ରାଇଜେସ୍‌, କ୍ୟାଲ ଏଜେନ୍ସି, ମହାବୀର ପ୍ରସାଦ ରାଧେଶ୍ୟାମ, ଶ୍ରୀ ଡିଷ୍ଟ୍ରିବ୍ୟୁଟର୍ସ ଏବଂ ଶ୍ରୀ ଏମ୍‌.ଏଚ୍‌ ଆଦି ଗୋଦାମରୁ ନକଲି ଔଷଧ ମିଳିଛି। ସେହିପରି ଝାରସୁଗୁଡ଼ା ଜିଲାର ଶ୍ୟାମ ମେଡିକାଲ ଓ ଅମିତ୍‌ ଏଜେନ୍ସି, ସୁନ୍ଦରଗଡ଼ର ପ୍ରକାଶ ମେଡିକାଲ ପ୍ରା.ଲିଃ, ବରଗଡ଼ର ଅଶୋକ ମେଡିକାଲ ହଲ୍‌, ସମ୍ବଲପୁରର ଦୁର୍ଗା ଏଜେନ୍ସି ଏବଂ କେନ୍ଦ୍ରାପଡ଼ାର ସାଇ ଟ୍ରେଡର୍ସ ଆଦି ଗୋଦାମରୁ ଚଢ଼ାଉ କରାଯାଇ ନକଲି ଔଷଧ ଜବତ କରାଯାଇଛି। ଏସବୁ ଏଜେନ୍ସି, ଗୋଦାମ ଓ ଦୋକାନ ବିରୋଧରେ ଡ୍ରଗ୍ସ ନିୟନ୍ତ୍ରଣ ଆଇନ୍‌ ଅନୁସାରେ ମାମଲା ରୁଜୁ କରାଯାଇଛି। ଦୋକାନଗୁଡ଼ିକରେ ଥିବା ପ୍ରତି ଔଷଧ ଷ୍ଟ୍ରିପ୍‌କୁ ଯାଞ୍ଚ କରାଯାଉଛି। ଲଗାତାର ଭାବେ ଚଢ଼ାଉ ଜାରି ରଖି ନକଲି କାରବାର କରୁଥିବା ଲୋକ ଓ ଦୋକାନୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ଲାଗି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri