ନକଲି ଇଞ୍ଜିନ ଅଏଲ ଜବତ: ୫ ଅଟକ

ଗଞ୍ଜାମ,୩ା୧୧(ଡି.ଏନ୍‌.ଏ.): ସହରରେ ନକଲି ସାମଗ୍ରୀ ବିକ୍ରି ଘଟଣା ନୂଆ ନୁହେଁ। ଏହା ପୂର୍ବରୁ ନକଲି ମଦ, ଗୁଟ୍‌ଖା, ଟମାଟୋ ସସ୍‌ ଆଦି ଧରା ପଡ଼ିଥିବା ବେଳେ ଏବେ ଆଉ ଏକ ନକଲି ସାମଗ୍ରୀ ବିକ୍ରିକୁ ଧରିଛି ଗଞ୍ଜାମ ପୋଲିସ।

କୌଣସି ସୂତ୍ରରୁ ଗଞ୍ଜାମ ପୋଲିସ ଖବର ପାଇ ଆଇଆଇସି ସନ୍ତୋଷ କୁମାର ବେହେରାଙ୍କ ନେତୃତ୍ୱରେ ଏସ୍‌ଆଇ ଅଜିତ ପରିଡ଼ା, ନାରାୟଣ କହଁର, ମହିଳା ଏସ୍‌ଆଇ ସୁପ୍ରଭା ସାହୁ ପ୍ରମୁଖ ପୁଇଁତୋଳାଠାରୁ ଲକ୍ଷ୍ମୀପୁର ପର୍ଯ୍ୟନ୍ତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଚା’ ପାନ ଦୋକାନ ଉପରେ ଚଢ଼ାଉ କରାଯାଇଥିଲା। ନକଲି ଇଞ୍ଜିନ ଅଏଲ ଭର୍ତ୍ତି ୫୦ରୁ ଊର୍ଦ୍ଧ୍ୱ ବାଲ୍‌ଟି ଜବତ କରାଯାଇଥିବା ବେଳେ ୫ ଦୋକାନୀଙ୍କୁ ଥାନାରେ ଅଟକ ରଖି ସେମାନଙ୍କ ନାମରେ କେସ୍‌ ନଂ ୨୦୪/୨୨ ମାମଲା ରୁଜୁ କରାଯାଇଥିବା ଆଇଆଇସି ସନ୍ତୋଷ କୁମାର ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହି ନକଲି ଇଞ୍ଜିନ ଅଏଲ ଚେର ବ୍ରହ୍ମପୁରରେ ହୋଇଥିବା ପୋଲିସ ଆଶଙ୍କା କରୁଛି। ଅଧିକ ତଦନ୍ତ ପରେ ପ୍ରକୃତ ତଥ୍ୟ ପଦାକୁ ଆସିବ ବୋଲି ଗଞ୍ଜାମ ପୋଲିସ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଏହା ନକଲି କି ଅସଲି ଦୋକାନ ମାଲିକମାନେ ଜାଣି ନ ଥିବା କହିଛନ୍ତି।

ପ୍ରକାଶ ଯୋଗ୍ୟ, ଉକ୍ତ ନକଲି ଇଞ୍ଜିନ ଅଏଲ ଟ୍ରକ୍‌ କିମ୍ବା ବସ୍‌ରେ ପକାଇବା ପରେ କିଛି ଗାଡ଼ିି ଖରାପ ହୋଇଯାଇଥିଲା l ଫଳରେ ଏନେଇ ଗାଡ଼ିମାଲିକମାନେ ଟାଟା ଇଞ୍ଜିନ ଅଏଲ ଡିପୋରେ ପହଞ୍ଚି ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପ୍ରକୃତ ଇଞ୍ଜିନ ଅଏଲ ଡିପୋ ଘଟଣାର ଖୋଳତାଡ଼ ଆରମ୍ଭ କରିଥିଲା। କେଉଁ ସ୍ଥାନରେ ଏହି ନକଲି ଜିନିଷ ବିକ୍ରି ହେଉଛି ଗାଡ଼ି ଡ୍ରାଇଭରମାନେ ଚି଼ହ୍ନଟ କରିବା ପରେ ପ୍ରକୃତ ଘଟଣା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri