ନକଲି ଇଞ୍ଜିନ ଅଏଲ ଜବତ: ୫ ଅଟକ

ଗଞ୍ଜାମ,୩ା୧୧(ଡି.ଏନ୍‌.ଏ.): ସହରରେ ନକଲି ସାମଗ୍ରୀ ବିକ୍ରି ଘଟଣା ନୂଆ ନୁହେଁ। ଏହା ପୂର୍ବରୁ ନକଲି ମଦ, ଗୁଟ୍‌ଖା, ଟମାଟୋ ସସ୍‌ ଆଦି ଧରା ପଡ଼ିଥିବା ବେଳେ ଏବେ ଆଉ ଏକ ନକଲି ସାମଗ୍ରୀ ବିକ୍ରିକୁ ଧରିଛି ଗଞ୍ଜାମ ପୋଲିସ।

କୌଣସି ସୂତ୍ରରୁ ଗଞ୍ଜାମ ପୋଲିସ ଖବର ପାଇ ଆଇଆଇସି ସନ୍ତୋଷ କୁମାର ବେହେରାଙ୍କ ନେତୃତ୍ୱରେ ଏସ୍‌ଆଇ ଅଜିତ ପରିଡ଼ା, ନାରାୟଣ କହଁର, ମହିଳା ଏସ୍‌ଆଇ ସୁପ୍ରଭା ସାହୁ ପ୍ରମୁଖ ପୁଇଁତୋଳାଠାରୁ ଲକ୍ଷ୍ମୀପୁର ପର୍ଯ୍ୟନ୍ତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଚା’ ପାନ ଦୋକାନ ଉପରେ ଚଢ଼ାଉ କରାଯାଇଥିଲା। ନକଲି ଇଞ୍ଜିନ ଅଏଲ ଭର୍ତ୍ତି ୫୦ରୁ ଊର୍ଦ୍ଧ୍ୱ ବାଲ୍‌ଟି ଜବତ କରାଯାଇଥିବା ବେଳେ ୫ ଦୋକାନୀଙ୍କୁ ଥାନାରେ ଅଟକ ରଖି ସେମାନଙ୍କ ନାମରେ କେସ୍‌ ନଂ ୨୦୪/୨୨ ମାମଲା ରୁଜୁ କରାଯାଇଥିବା ଆଇଆଇସି ସନ୍ତୋଷ କୁମାର ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହି ନକଲି ଇଞ୍ଜିନ ଅଏଲ ଚେର ବ୍ରହ୍ମପୁରରେ ହୋଇଥିବା ପୋଲିସ ଆଶଙ୍କା କରୁଛି। ଅଧିକ ତଦନ୍ତ ପରେ ପ୍ରକୃତ ତଥ୍ୟ ପଦାକୁ ଆସିବ ବୋଲି ଗଞ୍ଜାମ ପୋଲିସ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଏହା ନକଲି କି ଅସଲି ଦୋକାନ ମାଲିକମାନେ ଜାଣି ନ ଥିବା କହିଛନ୍ତି।

ପ୍ରକାଶ ଯୋଗ୍ୟ, ଉକ୍ତ ନକଲି ଇଞ୍ଜିନ ଅଏଲ ଟ୍ରକ୍‌ କିମ୍ବା ବସ୍‌ରେ ପକାଇବା ପରେ କିଛି ଗାଡ଼ିି ଖରାପ ହୋଇଯାଇଥିଲା l ଫଳରେ ଏନେଇ ଗାଡ଼ିମାଲିକମାନେ ଟାଟା ଇଞ୍ଜିନ ଅଏଲ ଡିପୋରେ ପହଞ୍ଚି ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପ୍ରକୃତ ଇଞ୍ଜିନ ଅଏଲ ଡିପୋ ଘଟଣାର ଖୋଳତାଡ଼ ଆରମ୍ଭ କରିଥିଲା। କେଉଁ ସ୍ଥାନରେ ଏହି ନକଲି ଜିନିଷ ବିକ୍ରି ହେଉଛି ଗାଡ଼ି ଡ୍ରାଇଭରମାନେ ଚି଼ହ୍ନଟ କରିବା ପରେ ପ୍ରକୃତ ଘଟଣା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri