ଫେସ୍‌ବୁକ୍‌ରେ ରାୟଗଡ଼ା ଜିଲାପାଳଙ୍କ ନାଁରେ ନକଲି ଆକାଉଣ୍ଟ,ପୋଲିସକୁ ସୂଚନା ଦେଲେ…

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ସାଇବର ଅପରାଧୀମାନେ ରାୟଗଡ଼ା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନାଁରେ ଏକ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଜିଲାର ଜନସାଧାରଣଙ୍କୁ ଭୁଆଁ ବୁଲାଉଛନ୍ତି। ରାୟଗଡ଼ା ସହରର ଜଣେ ଯୁବକ ଅଂଶୁମାନ ପଟ୍ଟନାୟକ ଏ ନେଇ ସୂଚନା ଦେଇଛନ୍ତି। ଅଂଶୁମାନଙ୍କ କହିବାନୁସାରେ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନାମ ଓ ଫଟୋ ରହିଥିବା ଏକ ଫେସବୁକ ପ୍ରୋଫାଇଲରୁ ବନ୍ଧୁତା ପାଇଁ ତାଙ୍କୁ ଅନୁରୋଧ ଆସିଥିଲା। ଅଂଶୁମାନ ଏହା ଜିଲାପାଳଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟ ଭାବି ବନ୍ଧୁତା ଅନୁରୋଧକୁ ଗ୍ରହଣ ପୂର୍ବକ ଉକ୍ତ ଆକାଉଣ୍ଟ ସହ ଯୋଡ଼ି ହୋଇଥିଲେ। ଏହାପରେ ଉକ୍ତ ଆକାଉଣ୍ଟରୁ ଫେସବୁକ ମେସେଞ୍ଜର ମାଧ୍ୟମରେ ଅଂଶୁମାନଙ୍କୁ ନମସ୍କାର ସହିତ ମୋବାଇଲ ନମ୍ବର ମାଗିଥିଲେ। ଏଥିସହିତ ଉକ୍ତ ଆକାଉଣ୍ଟରୁ ଏକ ମେସେଜ୍‌ ଆସିଥିଲା, ତାଙ୍କର ଜଣେ ବନ୍ଧୁ ଜିଲାରେ ସିଆରପିଏଫ୍‌ ଅଫିସର ଅଛନ୍ତି। ତାଙ୍କର ବଦଳି ହୋଇଯିବା କାରଣରୁ ସମସ୍ତ ଘରକରଣା ସାମଗ୍ରୀ ବିକ୍ରି କରିଦେବେ କହୁଛନ୍ତି। ତେଣୁ ଆପଣ ଯଦି କିଣିବାକୁ ରାଜି ତେବେ ସେ ଆପଣଙ୍କୁ ଫୋନ କରିବେ ବୋଲି ମେସେଜରେ ଉଲ୍ଲେଖ କରିଛନ୍ତି। ହେଲେ ପରବର୍ତ୍ତି ସମୟରେ ଅଂଶୁମାନଙ୍କୁ ସନ୍ଦେହ ହେବାରୁ ସେ ଏ ନେଇ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇଥିଲେ। ଖବରଦାତାମାନେ ଏ ନେଇ ଜିଲାପାଳଙ୍କୁ ସୂଚନା ଦେବା ପରେ ଜିଲାପାଳ କୁଲକର୍ଣ୍ଣି ପୋଲିସକୁ ଏହାର ଯାଞ୍ଚ କରି ଉକ୍ତ ଆକାଉଣ୍ଟକୁ ସୋସିଆଲ ମିଡ଼ିଆରୁ ହଟାଇବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ଏ ନେଇ ଏସପି ସ୍ବାଥୀ ଏସ.କୁମାରଙ୍କୁ ପଚାରିବାରୁ ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଏ ନେଇ ଫେସବୁକକୁ ଏହାର ସୂଚନା ଦିଆଯିବା ସହିତ ତଥ୍ୟ ମଗାଯାଇଛି ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri