ଫେସ୍‌ବୁକ୍‌ରେ ରାୟଗଡ଼ା ଜିଲାପାଳଙ୍କ ନାଁରେ ନକଲି ଆକାଉଣ୍ଟ,ପୋଲିସକୁ ସୂଚନା ଦେଲେ…

ରାୟଗଡ଼ା,୧୨।୧୧(ଆଶିଷ ରଞ୍ଜନ ପଣ୍ଡା): ସାଇବର ଅପରାଧୀମାନେ ରାୟଗଡ଼ା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନାଁରେ ଏକ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଜିଲାର ଜନସାଧାରଣଙ୍କୁ ଭୁଆଁ ବୁଲାଉଛନ୍ତି। ରାୟଗଡ଼ା ସହରର ଜଣେ ଯୁବକ ଅଂଶୁମାନ ପଟ୍ଟନାୟକ ଏ ନେଇ ସୂଚନା ଦେଇଛନ୍ତି। ଅଂଶୁମାନଙ୍କ କହିବାନୁସାରେ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନାମ ଓ ଫଟୋ ରହିଥିବା ଏକ ଫେସବୁକ ପ୍ରୋଫାଇଲରୁ ବନ୍ଧୁତା ପାଇଁ ତାଙ୍କୁ ଅନୁରୋଧ ଆସିଥିଲା। ଅଂଶୁମାନ ଏହା ଜିଲାପାଳଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟ ଭାବି ବନ୍ଧୁତା ଅନୁରୋଧକୁ ଗ୍ରହଣ ପୂର୍ବକ ଉକ୍ତ ଆକାଉଣ୍ଟ ସହ ଯୋଡ଼ି ହୋଇଥିଲେ। ଏହାପରେ ଉକ୍ତ ଆକାଉଣ୍ଟରୁ ଫେସବୁକ ମେସେଞ୍ଜର ମାଧ୍ୟମରେ ଅଂଶୁମାନଙ୍କୁ ନମସ୍କାର ସହିତ ମୋବାଇଲ ନମ୍ବର ମାଗିଥିଲେ। ଏଥିସହିତ ଉକ୍ତ ଆକାଉଣ୍ଟରୁ ଏକ ମେସେଜ୍‌ ଆସିଥିଲା, ତାଙ୍କର ଜଣେ ବନ୍ଧୁ ଜିଲାରେ ସିଆରପିଏଫ୍‌ ଅଫିସର ଅଛନ୍ତି। ତାଙ୍କର ବଦଳି ହୋଇଯିବା କାରଣରୁ ସମସ୍ତ ଘରକରଣା ସାମଗ୍ରୀ ବିକ୍ରି କରିଦେବେ କହୁଛନ୍ତି। ତେଣୁ ଆପଣ ଯଦି କିଣିବାକୁ ରାଜି ତେବେ ସେ ଆପଣଙ୍କୁ ଫୋନ କରିବେ ବୋଲି ମେସେଜରେ ଉଲ୍ଲେଖ କରିଛନ୍ତି। ହେଲେ ପରବର୍ତ୍ତି ସମୟରେ ଅଂଶୁମାନଙ୍କୁ ସନ୍ଦେହ ହେବାରୁ ସେ ଏ ନେଇ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇଥିଲେ। ଖବରଦାତାମାନେ ଏ ନେଇ ଜିଲାପାଳଙ୍କୁ ସୂଚନା ଦେବା ପରେ ଜିଲାପାଳ କୁଲକର୍ଣ୍ଣି ପୋଲିସକୁ ଏହାର ଯାଞ୍ଚ କରି ଉକ୍ତ ଆକାଉଣ୍ଟକୁ ସୋସିଆଲ ମିଡ଼ିଆରୁ ହଟାଇବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ଏ ନେଇ ଏସପି ସ୍ବାଥୀ ଏସ.କୁମାରଙ୍କୁ ପଚାରିବାରୁ ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଏ ନେଇ ଫେସବୁକକୁ ଏହାର ସୂଚନା ଦିଆଯିବା ସହିତ ତଥ୍ୟ ମଗାଯାଇଛି ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri