ଧରାପଡ଼ିଲା ନକଲି ହନୁମାନ କଏନ ରାକେଟ, ୩ ଜଣଙ୍କୁ ବାନ୍ଧିଲା ରାୟଗଡ଼ା ପୋଲିସ

ରାୟଗଡ଼ା,୨।୮(ଆଶିଷ ରଞ୍ଜନ ପଣ୍ଡା) – ରାୟଗଡ଼ା ଟାଉନ ଥାନା ପୋଲିସ ଏକ ହନୁମାନ କଏନ୍‌ ରାକେଟ ଠାବ କରିବା ସହ ଏଥିରେ ଜଡ଼ିତ ତିନିଜଣ ଠକଙ୍କୁ ଗିରଫ କରିଛି। ଗିରଫ ତିନି ଜଣ ହେଲେ ଆନ୍ଧ୍ରପ୍ରଦେଶ ରାଜ୍ୟ ପୂର୍ବ ଗୋଦାବରୀ ଜିଲା ବାନ୍ଦାରୁ ଲଙ୍କା ଗ୍ରାମର ପୋଲାମୁରି ଡାଭିଡ ରାଜୁ, ନବରଙ୍ଗପୁର ସହର ତୋଟା ସାହିର ରୟ କାଉରି ଏବଂ ଗଜପତି ଜିଲା କାଶୀନଗର ସହରର ସଞ୍ଜୀବ ଜେନା। ସେମାନଙ୍କ ନିକଟରୁ ନଗଦ ୭୭ ହଜାର ଟଙ୍କା ସହିତ ଗୋଟିଏ ତମ୍ବା କଏନ ଓ ଗୋଟିଏ ପିତଳ ପ୍ଲେଟ ସହ ୩ ମୋବାଇଲ ଜବତ କରିଛି ପୋଲିସ। ଏ ନେଇ ରାୟଗଡ଼ା ଥାନା କେସ ନମ୍ବର ୨୭୧ ରେ ମାମଲା ରୁଜୁ କରି ତଦନ୍ତ କରିବା ପରେ ସେମାନଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଛି ବୋଲି ଆଇଆଇସି ପ୍ରସନ୍ନ ବେହେରା କହିଛନ୍ତି।
ଘଟଣାରୁ ପ୍ରକାଶ ଯେ, ଉପରୋକ୍ତ ୩ ଜଣ ଅଭିଯୁକ୍ତ ରାୟଗଡ଼ା ସହରର ବିଭିନ୍ନ ସ୍ଥାନରେ ହନୁମାନ କଏନ ଦେବା ଆଳରେ ଲୋକଙ୍କୁ ଠକିବା ପାଇଁ ଯୋଜନା କରିଥିଲେ। ନକଲି ହନୁମାନ କଏନ ଦେଇ ଟଙ୍କା ଲୁଟିବାର ଯୋଜନା ପ୍ରସ୍ତୁତ କରୁଥିବା ପୋଲିସ ସୂଚନା ପାଇଥିଲା। ଏହାପରେ ଏକ ପୋଲିସ ଟିମ ସେମାନଙ୍କୁ ଠାବ କରିବା ସହ ସେମାନଙ୍କ ଠାରୁ ସମସ୍ତ ସାମଗ୍ରୀ ଜବତ କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ତିନି ମହଲା ବିଶିଷ୍ଟ ଧନୀ ଲୋକଙ୍କ ଘରେ ଲାଗିନି ୱାଟର ମିଟର: ବିଭାଗର ଅନୁକମ୍ପା ନା ପାୱାର କରିଡର ସରକାରୀ ଦଳର…

ଗଞ୍ଜାମ,୨୪।୩(ବିଦ୍ୟାଧର ସାହୁ): ୧୨ଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ ହୋଇଛି। ଗଞ୍ଜାମ ସହରର ବିଭିନ୍ନ ସାହିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୱାଟର ମିଟର ଲଗା ଯାଇଛି…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri