Posted inଭଦ୍ରକ

୧୦ ଲକ୍ଷରୁ ଊର୍ଦ୍ଧ୍ୱ ମୂଲ୍ୟର ନକଲି ଜର୍ଦ୍ଦା ଜବତ

ଭଦ୍ରକ ଅଫିସ, ୨୧।୧୧- ଭଦ୍ରକ ଜିଲା ପୁରୁଣାବଜାର ଥାନା ଅଞ୍ଚଳରୁ ପୁଣି ଶନିବାର ବିପୁଳ ପରିମାଣର ନକଲି ଜ଼ର୍ଦ୍ଦା ଜବତ କରାଯାଇଛି। ଏଥିରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରାଂଶ ଜବତ ସହ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି ପୋଲିସ। ଜବତ ହୋଇଥିବା ନକଲି ଜ଼ର୍ଦ୍ଦାର ଆନୁମାନିକ ମୂଲ୍ୟ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ଏହି ଥାନା ଶଙ୍କରପୁର ଅଞ୍ଚଳରେ ନକଲି ଜ଼ର୍ଦ୍ଦା କାରଖାନା ଚାଲିଥିବା ପୋଲିସ ଜାଣିବାକୁ ପାଇଥିଲା। ଶନିବାର ପୁରୁଣାବଜାର ପୋଲିସ ପକ୍ଷରୁ ଏକ ଟିମ୍‌ ସମ୍ପୃକ୍ତ ଅଞ୍ଚଳରେ ଚଢ଼ାଉ କରିଥିଲା। ନକଲି ଜ଼ର୍ଦ୍ଦା, ବିଭିନ୍ନ ନାମୀଦାମୀ କମ୍ପାନୀର ଲୋଗୋ ସହ ଯନ୍ତ୍ରାଂଶ ଜବତ ହୋଇଛି। ପୋଲିସ ଗିରଫ ବ୍ୟକ୍ତିଙ୍କୁ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri