Posted inଜାତୀୟ

ମଧ୍ୟପ୍ରଦେଶ ମନରେଗା ଶ୍ରମିକ ତାଲିକାରେ ଦୀପିକା ପାଦୁକୋନ!

ଭୋପାଳ,୧୬ ।୧୦: ମଧ୍ୟପ୍ରଦେଶ ଖରଗୋନ ଜିଲାର ଏକ ଗ୍ରାମ ପଞଚାୟତରେ ଫିଲ୍ମ ଅଭିନେତ୍ରୀ ଦୀପିକା ପାଦୁକୋନ ଓ ଅନ୍ୟ ଅଭିନେତ୍ରୀଙ୍କ ଫଟୋ ରୋଜଗାର ଗ୍ୟାରେଣ୍ଟି ଜବ କାର୍ଡରେ ଲଗାଇ ନକଲି କରୁଥିବା ମାମଲା ସାମ୍ନାକୁ ଆସିଛି । ଏଥିରେ ପଞ୍ଚୟତ ସଚିବ ଓ ରୋଜଗାର ସହାୟକଙ୍କ ହାତ ଥିବା କୁହାଯାଉଛି । ଜିଲାରେ ମନେରାଗାରେ ହେଉଥିବା କାମ ପାଇଁ ଅନଲାଇନ ଜବ କାର୍ଡରେ ମହିଳା ପୁରୁଷଙ୍କ ସ୍ଥାନରେ ଅଭିନେତ୍ରୀଙ୍କ ଫଟୋ ଲାଗି ଥିବା ଦେଖିବାକୁ ମିଳିଛି । ଏହାସହ ଶ୍ରମିକଙ୍କ ମଜୁରୀ ମଧ୍ୟ ଏଥିରେ ଉଲ୍ଲେଖ କରାଯାଇଛି । ଏହାସହ କେତେଜଣ ଗ୍ରାମବାସୀଙ୍କ ନାଁରେ ଟଙ୍କା ଉଠିଥିଲେ ବି ସେମାନଙ୍କୁ ଏହା ଜଣାପଡି ନାହିଁ କାରଣ ସେମାନେ କେବେ କାମକୁ ଯାଇ ନାହାନ୍ତି । ଶ୍ରମିକଙ୍କ ପାଖେ ଥିବା ଜବ କାର୍ଡ ଓ ଟଙ୍କା ଉଠିଥିବା ଜବ କାର୍ଡ କ୍ରମିକ ନମ୍ବର ମଧ୍ୟରେ ପାର୍ଥକ୍ୟ ଦେଖାଯାଇଛି । ଆଉ ଯେଉଁମାନଙ୍କ ପାଖରେ ୫୦ ଏକର ଜମିବାଡି ରହିଛି ସେମାନଙ୍କ ନାମରେ ଅଭିନେତ୍ରୀଙ୍କ ଫଟୋ ଲାଗି ଜବକାର୍ଡ ଖୋଲା ଯାଇଛି । ଝିରନିୟା ପଞ୍ଚାୟତରେ ପାଖାପାଖି ଏମିତି ୧୫ଟି ଜବକାର୍ଡ ଜବତ କରାଯାଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?