ସୋସିଆଲ ମିଡିଆରେ ବଢୁଛି ନକଲି ଲୋନ୍‌ ଆପ୍‌, ଆସିପାରେ କଡ଼ା ନିୟମ

ଭୁବନେଶ୍ୱର,୨୬।୧:(ଅନୁରାଧା ମହାରଣା) ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମରେ ନକଲି ଲୋନ୍‌ ଆପ୍‌ ଖୋଲି ଲୋକଙ୍କୁ ଠକୁଥିବା ଅପରାଧୀଙ୍କ ପାଇଁ କେନ୍ଦ୍ର ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଯାଉଛନ୍ତି। ସାଇବର ଅପରାଧୀମାନେ ଫେସ୍‌ବୁକ୍‌ ଏବଂ ଇନ୍‌ଷ୍ଟାଗ୍ରାମ୍‌ ପରି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ବ୍ୟବହାର କରୁଛନ୍ତିି। ଉପଯୁକ୍ତ ଯାଞ୍ଚ ପରେ ବିଜ୍ଞାପନ ଚଲାଇବାକୁ ସୋସିଆଲ ମିଡିଆ କମ୍ପାନୀଗୁଡିକ ଅନୁମତି ଦେବା ପାଇଁ ସରକାର କଡ଼ା ନିୟମ ଆଣିବାକୁ ଯାଉଛନ୍ତି।

ବୈଦ୍ୟୁତିକ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର କହିଛନ୍ତି , ଏଥିପାଇଁ ସୂଚନା ପ୍ରଯୁକ୍ତି(ଆଇଟି) ନିୟମକୁ ସଂଶୋଧନ କରାଯିବ। ସେ କହିଛନ୍ତି , ସୋସିଆଲ ମିଡିଆ ମାଧ୍ୟମରେ ନକଲି ଲୋନ୍‌ ଆପ୍‌ ବିସ୍ତାରକୁ ରୋକିବା ପାଇଁ ସରକାର ପଦକ୍ଷେପ ନେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ନକଲି ଲୋନ୍‌ ଆପ୍‌ ବିରୋଧରେ କୌଣସି ବ୍ୟବସ୍ଥା ନ ଥିତ୍ବାବେଳେ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡିକ ବର୍ତ୍ତମାନ ଏକ ନିଃଶୁଳ୍କ ବିଜ୍ଞାପନ ଚଳାଇବାକୁ ଅନୁମତି ପ୍ରଦାନ କରିଥାଏ। ଏହି ଆଳରେ ସାଇବର ଅପରାଧୀମାନେ ଜନସାଧାରଣଙ୍କୁ ଠକିଥା’ନ୍ତି। ମେ’ ମାସରେ ଲୋକ ସଭା ନିର୍ବାଚନ ହେବା ନେଇ ଅନୁମାନ କରାଯାଉଥିବାବେଳେ ଏହା ପରେ ଆଇଟି ନିୟମରେ ସଂଶୋଧନ କରାଯାଇପାରେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri