ଲୋକଙ୍କ ମନ ମୋହିଲେ ନକଲି ମୋଦି: ଆଉ କିଛି ସମୟ ପରେ ଆସିବେ…

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝାରସୁଗୁଡା ଗସ୍ତର କିଛି ସମୟ ଆଗରୁ କର୍ନାଟକ ଓଡିପି ଆସିଥିବା ନକଲି ନରେନ୍ଦ୍ର ମୋଦି ସଭାମଞ୍ଚରେ ପହଞ୍ଚି ଜନସାଧାରଣ ଓ ଯୁବକମାନଙ୍କ ବେଶ ମନୋରଞ୍ଜନ କରିଥିଲେ। ଯୁବକ ଏବଂ ମହିଳା ମାନେ ନକଲି ମୋଦିଙ୍କ ସହିତ ସେଲ୍ଫି ନେଇ ବେଶ ମଜା ଉଠାଉଥିବା ବେଳେ ନରେନ୍ଦ୍ର ମୋଦିଙ୍କ ପରି ଭାଷଣ ଶୁଣି ନରେନ୍ଦ୍ର ମୋଦୀ ଜିନ୍ଦାବାଦ ଧ୍ୱନିରେ ଝାରସୁଗୁଡା ସଭା ମଞ୍ଚ କମ୍ପୁଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିବେ। ଝାରସୁଗୁଡ଼ାସ୍ଥିତ ଆମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋପାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଯେପରି ସଫଳ ହେବ ସେଥିଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଝାରସୁଗୁଡ଼ା ଗସ୍ତ କରି ସମୀକ୍ଷା କରିଛନ୍ତି। କାର୍ଯ୍ୟକ୍ରମ ସ୍ଥଳର ବ୍ୟବସ୍ଥାକୁ ମଧ୍ୟ ସେ ଗୋଟି ଗୋଟି କରି ଦେଖିବା ସହ ଯେଉଁଠି କିଛି ତ୍ରୁଟି ରହିଯାଇଛି ତୁରନ୍ତ ତାକୁ ଠିକ୍‌ କରିବା ପାଇଁ ନିର୍ଦ୍ଦେଶ ଦେଇଥିବାର ଭିଡିଓ ସାମାଜିକ ଗଣମାଧ୍ୟମରୁ ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ଶନିବାର ସକାଳ ୯ଟା ୨୦ମି. ସମୟରେ ନୂଆଦିଲ୍ଲୀ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେବା ବିମାନ ଯୋଗେ ବାହାରି ଝାରସୁଗୁଡ଼ା ବିମାନବନ୍ଦରଠାରେ ପୂର୍ବାହ୍ନ ୧୧ଟା୧୦ମିନିଟ୍‌ରେ ପହଞ୍ଚିବେ। ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ନ ୧୧ ଟା ୨୫ମି.ରେ ଅମଲିପାଲି ସ୍ଥିତ ପଡ଼ିଆରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମ ସ୍ଥଳରେ ଯୋଗଦେବେ। ସେଠାରେ ପ୍ରଧାନମନ୍ତ୍ରୀ ପୂର୍ବ ନିର୍ଦ୍ଧାରଣ ଅନୁସାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ ଏବଂ ଲୋକାର୍ପଣ କରିବେ। ଏହାପରେ ଅପରାହ୍ନ ୧୨ଟା ୪୫ମି.ରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ଜନସାଧାରଣ, ମହିଳା, ଛାତ୍ରୀଛାତ୍ର, ଯୁବବର୍ଗଙ୍କ ସମେତ ପ୍ରାୟ ୬୦ହଜାର ଜନସମାବେଶ ହେବା ନେଇ ଆଶା କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଝାରସୁଗୁଡ଼ାର ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ବ୍ୟାନର, ପୋଷ୍ଟର ଏବଂ ଫ୍ଲେକ୍ସରେ ଛାଉଣି ହୋଇସାରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପ୍ରଥମେ ବ୍ରହ୍ମପୁରଠାରେ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ହେଲେ ପାଣିପାଗ ବିଭାଗ ତରଫରୁ ବର୍ଷା ହେବା ସମ୍ପର୍କରେ ପୂର୍ବାନୁମାନ ଯୋଗୁ ପରବର୍ତ୍ତୀ ସମୟରେ ଏଥିରେ ପରିବର୍ତ୍ତନ କରାଯାଇଛି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?