Posted inଜାତୀୟ

ମିଥ୍ୟା ଖବର: ହଟାଯିବ ଆଜତକ ଲାଇଭ୍‌ ସହିତ ୩ ୟୁଟ୍ୟୁବ ଚ୍ୟାନେଲ…

ନୂଆଦିଲ୍ଲୀ,୨୧।୧୨ : ମିଥ୍ୟା ଖବର ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କେନ୍ଦ୍ର ସରକାର ୟୁଟ୍ୟୁବକୁ ତିନୋଟି ଚ୍ୟାନେଲ ଉପରେ ପ୍ରତିବନ୍ଧକ ଲଗାଇବାକୁ କହିଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ୟୁଟ୍ୟୁବକୁ ଏହାର ଚ୍ୟାନେଲରୁ ତିନୋଟି ଚ୍ୟାନେଲ ଆଜତକ ଲାଇଭ, ନ୍ୟୁଜ ହେଡଲାଇନ୍ସ ଏବଂ ସରକାରୀ ଅପଡେଟ ଅପସାରଣ କରିବାକୁ ନିର୍ଦ୍ଦେଶ ଦେଇଛି। ମିଥ୍ୟା ଖବର ପ୍ରସାର ପାଇଁ ପିଆଇବି ଫ୍ୟାକ୍ଟ ଚେକ ୟୁନିଟ ଏହି ୟୁଟ୍ୟୁବ ଚ୍ୟାନେଲଗୁଡ଼ିକୁ ଦାୟୀ କରିଛି।

ଚଳିତ ବର୍ଷ ସେପ୍ଟେମ୍ବରରେ, ୧୦ ଟି ୟୁଟ୍ୟୁବ ଚ୍ୟାନେଲକୁ ବିଷୟବସ୍ତୁ ଅଦଳବଦଳ ଏବଂ ଧାର୍ମିକ ସମ୍ପ୍ରଦାୟ ବିରୁଦ୍ଧରେ ଘୃଣା ବ୍ୟାପିବା ପାଇଁ ମିଥ୍ୟା ଖବର ପ୍ରସାରଣ ପାଇଁ ପ୍ରତିବନ୍ଧକ ଲଗାଯାଇଥିଲା। ଗୁପ୍ତଚର ଏଜେନ୍ସିରୁ ପ୍ରାପ୍ତ ଇନପୁଟ ଉପରେ ଆଧାର କରି ୧୦ ଟି ୟୁଟ୍ୟୁବ ଚ୍ୟାନେଲରୁ ୪୫ଟି ଭିଡିଓ ବ୍ଲକ୍‌ କରାଯାଇଥିଲା। ନିଷିଦ୍ଧ ହୋଇଥିବା ଭିଡିଓଗୁଡିକରେ ସମୁଦାୟ ଏକ କୋଟି ୩୦ ଏକ୍ଷ ନିୟୁତ ଭ୍ୟୁ ଥିଲା। ସେଥିରେ ଦାବି କରାଯାଇଥିଲା ଯେ ସରକାର କେତେକ ସମ୍ପ୍ରଦାୟର ଧାର୍ମିକ ଅଧିକାର ଛଡ଼ାଇ ନେଇଛନ୍ତି।

ଏହାପୂର୍ବରୁ ସରକାର ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟକୁ ଭଙ୍ଗ କରିବା ଅଭିଯୋଗ ଆଧାରରେ ୧୦୨ ୟୁଟ୍ୟୁବ ଚ୍ୟାନେଲ ଏବଂ ଫେସବୁକ ଆକାଉଣ୍ଟ ଉପରେ ପ୍ରତିବନ୍ଧକ ଲଗାଇଥିଲେ। ଏକ ଗଣମାଧ୍ୟମ ସମ୍ମିଳନୀରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri