Posted inଖେଳ

‘ଫେକ ନ୍ୟୁଜ…,’ ବେଡ ରେଷ୍ଟ ଖବରକୁ ହସରେ ଉଡାଇ ଦେଲେ ବୁମରା

ନୂଆଦିଲ୍ଲୀ,୧୬।୧: ଟିମ ଇଣ୍ଡିଆର ଦ୍ରୁତ ବୋଲର ଜସପ୍ରିତ ବୁମରାଙ୍କ ବିଷୟରେ ଏମିତି ଏକ ଖବର ଆସିଥିଲା, ଯେଉଁଥିରେ କୁହାଯାଇଥିଲା ଯେ ତାଙ୍କୁ ବେଡ ରେଷ୍ଟ ନେବାକୁ ପରାମର୍ଶ ଦିଆଯାଇଛି, କିନ୍ତୁ ବୁମରା ଏହି ଖବରକୁ ଭୁଲ ପ୍ରମାଣିତ କରିଛନ୍ତି। ବୁମରା ତାଙ୍କ ଏକ୍ସରେ ଏକ କଟୁ ଟୁଇଟ କରିଥିଲେ ଏବଂ ମିଥ୍ୟା ଖବର ପ୍ରସାରଣ କରୁଥିବା ଲୋକଙ୍କୁ ଉଚିତ ଜବାବ ଦେଇଥିଲେ।

ପ୍ରକୃତରେ, ଜସପ୍ରୀତ ବୁମରା ତାଙ୍କ ଏକ୍ସରେ ଲେଖିଛନ୍ତି ଯେ ମୁଁ ଜାଣିଛି ଯେ ନକଲି ଖବର ପ୍ରସାର କରିବା ସହଜ, କିନ୍ତୁ ଏହା ମୋତେ ହସାଇ ଦେଲା। ସୂତ୍ରଗୁଡ଼ିକ ନିୀର୍ଭରଯୋଗ୍ୟ ନୁହେଁ।
ଆପଣଙ୍କୁ କହି ରଖୁଛୁ ଯେ ବୁମରା ଅଷ୍ଟ୍ରେଲିଆ ଗସ୍ତ ସମୟରେ ଆହତ ହୋଇଥିଲେ। ସିଡନୀରେ ଖେଳାଯାଇଥିବା ପଞ୍ଚମ ତଥା ଅନ୍ତିମ ଟେଷ୍ଟର ପ୍ରଥମ ଇନିଂସରେ ବୁମରାଙ୍କୁ ସ୍କାନ ପାଇଁ ପଠାଯାଇଥିଲା ଏବଂ ପରେ ସେ ବୋଲିଂ କରିନଥିଲେ। ସେ ପିଠିରେ ଆଘାତ ପାଇଛନ୍ତି ଏବଂ ଏହି କାରଣରୁ ତାଙ୍କର ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ ଖେଳିବା ସନ୍ଦେହଜନକ।
ଚାମ୍ପିଅନ୍ସ ଟ୍ରଫି ୨୦୨୫, ଫେବୃଆରୀ ୧୯ରେ ଦୁବାଇ ଏବଂ ପାକିସ୍ତାନରେ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ ଏହାର ସମସ୍ତ ମ୍ୟାଚ ଦୁବାଇରେ ଖେଳିବ। ବୁମରା ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଫିଟ ହେବେ କି ନାହିଁ ସେ ବିଷୟରେ ସେ କୌଣସି ସୂଚନା ଦେଇ ନାହାଁନ୍ତି, କିନ୍ତୁ ସେ କହିଛନ୍ତି ଯେ ବେଡ ରେଷ୍ଟ ଖବର ଭୁଲ। ଏହି କାରଣରୁ ବୁମରା ଚାମ୍ପିଅନ୍ସ ଟ୍ରଫିର କିଛି ମ୍ୟାଚ ଖେଳିବାର ଦେଖିବାକୁ ମିଳିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?