ଜନସେବା କେନ୍ଦ୍ରରେ ଛାପୁଥିଲେ ନକଲି ନୋଟ

ସମ୍ବଲପୁର/ଭୁବନେଶ୍ୱର, ୧୪ା୭(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନାର ଦୁର୍ଗମ ଅଞ୍ଚଳ ନୂଆ ଅଢ଼ାପଡା ଗ୍ରାମରେ ମଙ୍ଗଳବାର ରାତିରେ ଏସ୍‌ଟିଏଫ୍‌ ଚଢାଉ କରି ୧୫ଲକ୍ଷ ୧୨ ହଜାର ୫୦୦ ଟଙ୍କାର ନକଲି ନୋଟ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଉକ୍ତ ଗ୍ରାମରେ ଜନସେବା କେନ୍ଦ୍ର ଖୋଲିଥିବା ପୋଦାର ପ୍ରସାଦ ସାହୁ (୨୮) ଓ ତାଙ୍କ ସହଯୋଗୀ ଜନ୍ମେଜୟ ବାଗ୍‌ (୩୨)। ପୋଦାର ଜନସେବା କେନ୍ଦ୍ରରେ ନକଲି ନୋଟ୍‌ ଛାପି ବିଭିନ୍ନ ସ୍ଥାନକୁ ପଠାଉଥିଲେ। ଏହି ନକଲି ନୋଟ୍‌ ଜନସେବା କେନ୍ଦ୍ର ଓ ଅଭିଯୁକ୍ତମାନଙ୍କ ଘରୁ ଜବତ ହୋଇଛି। ଜବତ ନୋଟ୍‌ ମଧ୍ୟରେ ୪ ଗୋଟି ଭିନ୍ନ ସିରିୟଲ ନମ୍ବରର ୨୮୬୫ଟି ୫ଶହ ଟଙ୍କିଆ ନୋଟ୍‌, ୪ ଶହ ଗୋଟି ୨ ଶହ ଟଙ୍କିଆ ନୋଟ୍‌ ରହିଛି। ଅନ୍ୟ ଜବତ ସାମଗ୍ରୀ ମଧ୍ୟରେ ୨ ଲାପ୍‌ଟପ୍‌, ଏକ ପ୍ରିଣ୍ଟର, ମିନି ମ୍ୟାଜିକ ଏଟିଏମ୍‌ କାର୍ଡ, ମାଉସ, ୧୦ଟି ଜିଓ କମ୍ପାନୀ ସିମ୍‌ କାର୍ଡ ରହିଛି। ଏ ନେଇ ଏସ୍‌ଟିଏଫ୍‌ ପକ୍ଷରୁ ଥାନାରେ ଅଭିଯୋଗ ପରେ ପୋଲିସ ଏକ ମାମଲା (ନଂ.୧୦୪/୨୨) ରୁଜୁ କରି ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ସମ୍ବଲପୁର ମଣ୍ଡଳ କାରାଗାରକୁ ପଠାଇ ଦିଆଯାଇଛି। ଏସ୍‌ଟିଏଫ୍‌ର ସୂଚନା ଅନୁଯାୟୀ ଯୁଯୁମୁରା ଥାନା ଅଞ୍ଚଳରେ ରହିଥିବା ଅଢାପଡା ଜନସେବା କେନ୍ଦ୍ରରେ ନକଲି ନୋଟ୍‌ ତିଆରି କରାଯାଉଥିବା ନେଇ ବିଶେଷ ସୂତ୍ରରୁ ଖବର ମିଳିଥିଲା। ଏହାପରେ ଏସ୍‌ଟିଏଫ୍‌ ଟିମ ସମ୍ବଲପୁର ପୋଲିସ ସହାୟତାରେ ଉକ୍ତ କେନ୍ଦ୍ରରେ ଚଢାଉ କରିଥିଲା। ଯାଞ୍ଚ ସମୟରେ ଟିମ୍‌ ସଦସ୍ୟ ନକଲି ନୋଟ୍‌ ଓ ଅନ୍ୟ ସାମଗ୍ରୀ ଜବତ କରିଥିଲେ। ଏ ସମ୍ବନ୍ଧରେ ସେମାନଙ୍କୁ ପଚାରିବାରୁ କୌଣସି ସନ୍ତୋଷଜନକ ଉତ୍ତର ଦେଇ ନ ଥିଲେ। ଫଳରେ ସେମାନଙ୍କୁ ଅଟକ ରଖି ଯୁଯୁମୁରା ପୋଲିସକୁ ହସ୍ତାନ୍ତର କରାଯାଇଥିଲା। ଏ ସଂକ୍ରାନ୍ତରେ ଯୁଯୁମୁରା ଥାନାରେ ଏକ ମକଦ୍ଦମା ରୁଜୁ ହୋଇ ସେମାନଙ୍କୁ ଗିରଫ କରାଯାଇଥିଲା। ଏହି କାରବାର ଚେର କେଉଁଆଡେ ଲମ୍ବିଛି ତାହାର ତଦନ୍ତ ଚଲାଇଛି ଏସ୍‌ଟିଏଫ୍‌ ଟିମ୍‌। କିଛିଦିନ ତଳେ ବରଗଡ଼ ଜିଲା ବରପାଲିରୁ ୧୪ ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍‌ ଜବତ ହୋଇଥିଲା। ୨ ଜଣଙ୍କୁ ଗିରଫ ମଧ୍ୟ କରାଯାଇଥିଲା। ଏଥିରେ ଏହି ଦୁଇଜଣଙ୍କ ଲିଙ୍କ୍‌ ରହିଛି କି ନାହିଁ ତାହା ମଧ୍ୟ ପୋଲିସ ଖୋଳତାଡ ଜାରି ରଖିଛି। ସେହିଭଳି କ୍ରାଇମବ୍ରାଞ୍ଚର ତଥ୍ୟ ଅନୁସାରେ ୧୦ ବର୍ଷ ଭିତରେ ୧୦ କୋଟିରୁ ଅଧିକ ଟଙ୍କାର ଜାଲ୍‌ନୋଟ୍‌ ଜବତ ହେବା ସହ ୩୨୦ରୁ ଅଧିକ ଅଭିଯୁକ୍ତ ଧରାପଡ଼ିଛନ୍ତି ଏବଂ ୧୮୦ରୁ ଅଧିକ ମାମଲା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?