ନକଲି ସେଲ୍ସଟ୍ୟାକ୍ସ ଅଫିସର ଗିରଫ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ନିଜକୁ ସେଲ୍ସ ଟ୍ୟାକ୍ସ ବିଭାଗର ଜଣେ ବରିଷ୍ଠ ଅଧିକାରୀ ବୋଲି ପରିଚୟ ଦେଉଥିଲେ। ଅଭିଯୁକ୍ତ ଜଣଙ୍କ ନିଜେ ଜଣେ ଆୟକର ବିଭାଗର ପୂର୍ବତନ ଅଫିସର ହୋଇଥିବାରୁ ବ୍ୟବସାୟୀଙ୍କ ଦୋଷ ଦୁର୍ବଳତା ବେଶ୍‌ ଜାଣିଥିଲେ। ଏହାର ଫାଇଦା ଉଠାଇ ଲୋକଙ୍କ ଠାରୁଟଙ୍କା ନେଉଥିବା ଜଣେ ବ୍ୟକ୍ତିଙ୍କୁ ମାଲଗୋଦାମ ଥାନା ପୋଲିସ ଗିରଫ କରିଛି। ନକଲି ପରିଚୟ ଦର୍ଶାଇ ଟଙ୍କା ଆଦାୟ କରିବା ଏହି ବ୍ୟକ୍ତିଙ୍କ ପାଇଁ ମହଙ୍ଗା ପଡ଼ିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ଜଗତସିଂହପୁର ଜିଲା ବିରିଡ଼ିି ଥାନା ଅନ୍ତର୍ଗତ ହଳଦୀପଦାର ଉମାକାନ୍ତ ରାଉତ (୫୯)। ତାଙ୍କ ବିରୋଧରେ କେସ୍‌ ନଂ. ୧୮୩/୨୦, ଆଇପିସି ଧାରା ୪୧୯, ୩୮୭, ୨୯୪, ୫୦୬ ରୁଜୁ କରାଯାଇ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଡିସିପି ପ୍ରତୀକ ସିଂ କହିଛନ୍ତି। ପୋଲିସଠାରୁ ମିଳିଥିବା ସୂଚନା ମୁତାବକ, ଗତ ରବିବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଆଶିଷ କୁମାର ସାହୁ ନାମକ ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ନିକଟକୁ ଏକ ଫୋନ କଲ୍‌ ଆସିଥିଲା। ତୁମର ଲକ୍ଷାଧିକ ଟଙ୍କା ଟ୍ୟାକ୍ସ ବକେୟା ରହିଛି। ଟ୍ୟାକ୍ସ ନ ଦେଲେ ଠକେଇ ଅଭିଯୋଗରେ ତୁମକୁ ଗିରଫ କରାଯିବ ବୋଲି ଅଭିଯୁକ୍ତ ଉମାକାନ୍ତ କହିଥିଲେ। ମୋତେ ଲକ୍ଷେ ଟଙ୍କା ଦିଅ। ନଚେତ୍‌ ସେଲ୍ସ ଟ୍ୟାକ୍ସ ବିଭାଗ ପକ୍ଷରୁ ଚଢାଉ କରାଯିବ ବୋଲି କହିଥିଲେ। ଏ ନେଇ ଆଶିଷ ମାଲଗୋଦାମ ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଉମାକାନ୍ତ ପୂର୍ବରୁ ଏଭଳି ଅନେକ ଘଟଣାରେ ସମ୍ପୃକ୍ତ ଅଛନ୍ତି। ଚାକିରି ଛାଡ଼ିବା ପରେ ଏଭଳି ଅସାଧୁ ଉପାୟରେ ସେ ଅର୍ଥ ରୋଜଗାର କରୁଥିଲେ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri