ବ୍ରହ୍ମପୁରରେ ନକଲି ସସ୍‌ କାରଖାନା

ବ୍ରହ୍ମପୁର ଅଫିସ,୨୩।୧- ବ୍ରହ୍ମପୁର ସହରତଳି ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ନକଲି କାରଖାନା ଠାବ କରୁଛି ପୋଲିସ। ବଡବଜାର ଥାନା ଫାଷ୍ଟଗେଟ୍‌ ଗଣପତିନଗରରୁ ଶନିବାର ରାତିରେ ଠାବ ହୋଇଛି ଏକ ନକଲି ସସ୍‌ କାରଖାନା। ସକାଳେ ବେଆଇନ ଗୁଟ୍‌ଖା କାରଖାନା ପରେ ରାତିରେ ନକଲି ସସ୍‌ କାରଖାନା ଠାବ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଗଣପତିନଗରରେ ଥିବା ଉକ୍ତ ସସ୍‌ କାରଖାନା ଓ ଗୋଦାମକୁ ସିଲ୍‌ କରାଯାଇଥିବା ଓ ଜଣେ ମହିଳା ଏହି କାରବାର ଚଳାଉଥିବା ଥାନା ଅଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି। ଉକ୍ତ କାରଖାନା ଗୋଦାମରୁ ୨୨୦ ପେଟି ଫ୍ୟାମିଲି ବ୍ରାଣ୍ଡର ଟମାଟୋ, ଚିଲି ଓ ସୋୟା ସସ୍‌ ଜବତ ହୋଇଛି। ନିମ୍ନମାନର ସାମଗ୍ରୀରୁ ସସ୍‌ ତିଆରି କରି ବଜାରକୁ ଛଡା ଯାଉଥିଲା। ଯାହାକି ବ୍ରହ୍ମପୁର ସହରର ବିଭିନ୍ନ ହୋଟେଲ, ଫାଷ୍ଟଫୁଡ ଦୋକାନରେ ବ୍ୟବହାର ହେଉଥିଲା। ଏଥିରେ ଆଉ କାହାର ହାତ ରହିଛି କି ନାହିଁ ସେ ନେଇ ପୋଲିସ ତଦନ୍ତ ଚଳାଇଛି। ଟାଉନ ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି, ବଡବଜାର ଥାନା ଅଧିକାରୀ ପ୍ରଶାନ୍ତ ଭୂପତି ପ୍ରମୁଖ ଚଢାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri