ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା ଇରିଗେସନ ଛକରେ ଥିବା ଗୁପ୍ତା କିରାନା ଦୋକାନରୁ ମଙ୍ଗଳବାର ଜିବିଏସ୍‌ କମ୍ପାନୀର ୨ ପ୍ୟାକେଟ ଶାଗୁଦାନା କିଣିଥିଲେ। ତାହାକୁ ସେ ପାଣିରେ ଭିଜାଇ ରାତିତମାମ ରଖିଥିଲେ। ପରଦିନ ତାହା ୯୦ ପ୍ରତିଶତ ଭିଜି ନ ଥିଲା କି ଫୁଲି ନ ଥିବା ଦେଖାଯାଇଥିଲା। ପୁଣି ତାହାକୁ ଗ୍ରାଇଣ୍ଡର କରିବାରୁ ତାହା ଗୁଣ୍ଡ ହୋଇ ନ ଥିଲା। ତେଣୁ ଏହା ପ୍ଲାଷ୍ଟିକ ଶାଗୁଦାନା ହୋଇଥିବ ସନ୍ଦେହ କରି ସେ ନୂଆପଡା ଖାଦ୍ୟ ନିରୀକ୍ଷକଙ୍କଠାରେ ଲିଖିତ ଅଭିଯୋଗ କରିଛନ୍ତି ା ଅଭିଯୋଗ ପାଇ ନୂଆପଡା ଖାଦ୍ୟ ନିରୀକ୍ଷକ କୃଷ୍ଣ ପ୍ରିୟା ଗୁପ୍ତା କିରାନା ଦୋକାନରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଏ ନେଇ ତାଙ୍କୁ ପଚାରିବାରୁ ଶାଗୁଦାନା ବିଷୟରେ ଆମ ପାଖକୁ ଅଭିଯୋଗ ଆସିଛି। ଯେଉଁ ଦୋକାନରୁ କିଣାଯାଇଥିଲା, ସେଠାକୁ ଯାଇ ଆମେ ସାମ୍ପଲ ସଂଗ୍ରହ କରିଛୁ। ଏହାକୁ ଲାବରେଟୋରିକୁ ପଠାଇ ଯାଞ୍ଚ କରିବା ପରେ ସତ୍ୟାସତ୍ୟ ଜଣା ପଡିବ ବୋଲି କହିଥିଲେ। ଦୋକାନୀଙ୍କୁ ପଚାରିବାରୁ ଆମେ ରାୟପୁର ଜିବିଏସ୍‌ କମ୍ପାନୀରୁ ପ୍ୟକେଟ ଫୁଡ୍‌ ଆଣି ବିକ୍ରୟ କରୁଛୁ। ନକଲି କିମ୍ବା ଅସଲି ଜାଣିନାହୁଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri