ରସୁଲପୁର,୨୫।୯(ଡି.ଏନ.ଏ.):ରସୁଲପୁର ଶିକ୍ଷାମଣ୍ଡଳ ଅଧୀନ ବାରବାଟୀ ପଞ୍ଚାୟତ ଦୁର୍ଗାପୁର ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିଜୟ ଭୂଷଣ ଶରଣଙ୍କୁ ବ୍ଲକ ଶିକ୍ଷାଧିକାରୀ(ବିଇଓ)ସୁଦର୍ଶନ ମଲ୍ଲିକ ଚାକିରିରୁ ନିଲମ୍ବିତ କରିଛନ୍ତି। ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଚିଠି ନଂ.୧୦୧୦/୨୪/୦୯/୨୦୨୧ରେ ନିଲମ୍ବନ ଆଦେଶ ଦିଆଯାଇଛି। ତାଙ୍କୁ ଦୁର୍ଗାପୁର ପ୍ରାଥମିକ ବିଦ୍ୟାଳୟ ବଦଳରେ ବାରବାଟୀ ଆଞ୍ଚଳିକ ସାଧନକେନ୍ଦ୍ର ଅଧୀନ ବାରବାଟୀ ୟୁଜିଏମଇରେ କର୍ତ୍ତବ୍ୟ ବିରତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ତାଙ୍କ ନାମରେ ଥାନାରେ ଏତଲା ଦିଆଯିବା ନେଇ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁଆଖିଆ ଥାନା ଅଧିକାରୀ ମନୋଜ ସ୍ବାଇଁଙ୍କ ସହ ବିଚାରବିମର୍ଶ କରାଯାଇଛି। ଶନିବାର ଥାନାରେ ଅଭିଯୋଗ କରାଯିବ ବୋଲି ଥାନା ଅଧିକାରୀ ସ୍ବାଇଁଙ୍କଠାରୁ ସୂଚନା ମିଳିଛି। ବିସ୍ତୃତ ତଥ୍ୟ ହାସଲ ନିମନ୍ତେ ବ୍ଲକ ଶିକ୍ଷାଧିକାରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇ ପାରିନାହିଁ।
ସମ୍ପୃକ୍ତ ଶିକ୍ଷକ ଜାଲ ସାର୍ଟିଫିକେଟ ପ୍ରଦାନ କରି ୩ବର୍ଷରୁ ଊର୍ଦ୍ଧ୍ୱ ହେବ ଚାକିରି କରି ଆସୁଥିଲେ। ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଜାଲ ପ୍ରମାଣପତ୍ର ଧରାପଡ଼ିବାରୁ ସତ ପଦାକୁ ଆସିଥିଲା। ଏ ନେଇ ବ୍ଲକ ଶିକ୍ଷାଧିକାରୀଙ୍କ ପକ୍ଷରୁ ତଦନ୍ତ କରାଯାଉଥିଲା। ତଦନ୍ତ ବେଳେ ଶିକ୍ଷାଧିକାରୀଙ୍କ ହାତରେ ଶିକ୍ଷକଙ୍କ ଦୁଇଟି ପ୍ରମାଣପତ୍ର ଲାଗିଥିଲା। ଏହାକୁ ନେଇ ତଦନ୍ତ ଅଧିକାରୀ ଦ୍ୱନ୍ଦରେ ପଡ଼ିଥିଲେ। ସ୍ପଷ୍ଟଚିତ୍ର ପଦାକୁ ଆଣିବା ନିମନ୍ତେ ବିଇଓ ପ୍ରମାଣପତ୍ର ପ୍ରଦାନ କରିଥିବା ଅନୁଷ୍ଠାନକୁ ସ୍ପଷ୍ଟୀକରଣ ମାଗିଥିଲେ। ବିଭାଗ ପକ୍ଷରୁ ଦିଆଯାଥିବା ସ୍ପଷ୍ଟୀକରଣରେ ଶିକ୍ଷକଙ୍କ ପ୍ରମାଣପତ୍ର ଜାଲ ବୋଲି ଦର୍ଶାଯାଇଥିଲା। ଏହି ଆଧାରରେ ଶିକ୍ଷକ ଶରଣଙ୍କୁ ନିଲମ୍ବିତ କରାଯାଇଛି।
Posted inHome Left, Uncategorized, ଆମ ଜିଲା ଖବର, ଯାଜପୁର View All
କାର-ବାଇକ୍ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ରେ ଥିବା…
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…
ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…
ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?
ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
Archives

