ଅଧିକାରୀଙ୍କ ସୁରକ୍ଷାରେ ନକଲି ଶିକ୍ଷକ

ଯାଜପୁର ଅଫିସ,୪।୧: ନକଲି ପ୍ରମାଣପତ୍ର ଦେଇ ଚାକିରି କରୁଥିବା ଶିକ୍ଷକଙ୍କୁ ବହିଷ୍କାର କରି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ଏପରି କି ତଦନ୍ତରେ ଶିଥିଳତା, କାର୍ଯ୍ୟରେ ଅବହେଳା, ଉପଯୁକ୍ତ ତଦନ୍ତ କରୁ ନ ଥିବା ଅଧିକାରୀଙ୍କୁ ମଧ୍ୟ କାର୍ଯ୍ୟାନୁଷ୍ଠାନ ପରିସରଭୁକ୍ତ କରାଯିବ। ଏହିସବୁ ପ୍ରକ୍ରିୟା ତୁରନ୍ତ ସମ୍ପନ୍ନ କରିବା ପାଇଁ ବିଭାଗୀୟ ପ୍ରମୁଖ ସଚିବ ଗତ ୧୬ ତାରିଖରେ ସମସ୍ତ ନିର୍ଦ୍ଦେଶକ, ଜିଲାପାଳ, ଜିଲା ଶିକ୍ଷାଧିକାରୀ ଓ ବ୍ଲକ ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏ ସମ୍ପର୍କିତ ଏକ ପତ୍ର ସୋମବାର ଯାଜପୁର ଜିଲାପାଳଙ୍କ ହସ୍ତଗତ ହୋଇଛି। ତେବେ କେତେଜଣ ନକଲି ପ୍ରମାଣପତ୍ରଧାରୀ ଶିକ୍ଷକ ଉଚ୍ଚ କର୍ତ୍ତୃପକ୍ଷଙ୍କ ଛତ୍ରଛାୟା ତଳେ ରହିଥିବାରୁ ସେମାନଙ୍କ ବିରୋଧରେ ୫ ବର୍ଷ ହେଲା ଅଭିଯୋଗ ହେଉଥିଲେ ହେଁ କିଛି ସୁଫଳ ମିଳୁନାହିଁ।
ଅଭିଯୋଗ ଆଧାରରେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ(ଡିଇଇ) ପକ୍ଷରୁ ତାଲିକାଭୁକ୍ତ ନକଲି ଶିକ୍ଷୟିତ୍ରୀ/ଶିକ୍ଷକଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିବାରୁ ଗତ ଅକ୍ଟୋବର ୧୮ରେ ୨୩ଜଣ ଜିଲା ଶିକ୍ଷାଧିକାରୀ(ଡିଇଓ) ଓ ଜିଲା ପ୍ରକଳ୍ପ ସଂଯୋଜକ(ଡିପିସି) ଏବଂ ୫୫ ଜଣ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କୁ ଜବାବ ତଲବ ହୋଇଥିଲା। ନକଲି ପ୍ରମାଣପତ୍ରଧାରୀ ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ଚାକିରିରୁ ବହିଷ୍କାର ଓ ଥାନାରେ ମାମଲା ରୁଜୁ କରିବାକୁ ଗତ ୧ ବର୍ଷ ମଧ୍ୟରେ ନିର୍ଦ୍ଦେଶାଳୟ ପକ୍ଷରୁ ୬ ଥର ନିର୍ଦ୍ଦେଶ ହୋଇଛି। କିନ୍ତୁ ସମ୍ପୃକ୍ତ ଅଧିକାରୀମାନେ ତାହାକୁ ଉଲ୍ଲଂଘନ କରିଆସୁଛନ୍ତି।
କଟକ ଜିଲା ସାଲେପୁର ଶିକ୍ଷା ଜିଲା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏଭଳି ଏକ ଅଭିଯୋଗ ରହିଛି। ନକଲି ଶିକ୍ଷକଙ୍କ ପ୍ରତି ଗଣଶିକ୍ଷା ବିଭାଗୀୟ ଅଧିକାରୀଙ୍କ ଅହେତୁକ ଅନୁକମ୍ପା ଓ ଅନୁଚିତ ଅନୁଗ୍ରହ ସମ୍ପର୍କରେ ଗୋବିନ୍ଦ ଚନ୍ଦ୍ର ପଣ୍ଡା ନାମକ ଜଣେ ବ୍ୟକ୍ତି ପୂର୍ବରୁ ବହୁବାର ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ ଏହି ଶିକ୍ଷା ଜିଲା ଅଧୀନରେ ଶତାଧିକ ନକଲି ଶିକ୍ଷକ କାର୍ଯ୍ୟ କରୁଥିବାର ସୂଚନା ମିଳିଥିଲା। ଏନେଇ ୧୯୯୩ରେ ତକତ୍ାଳୀନ ଡିଆଇ ସାଲେପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏତଲା ଭିତ୍ତିରେ ୧୬ା୪ା୧୯୯୩ରେ ଏକ ମାମଲା (ନଂ.୧୧୯) ରୁଜୁ କରି ତଦନ୍ତ କରିଥିଲା। ସେତେବେଳେ କେତେଜଣ ନକଲି ଶିକ୍ଷକ ଗିରଫ ହୋଇଥିଲେ। ପରେ ନକଲି ଶିକ୍ଷକଙ୍କ ଚାପରେ ପୋଲିସର କାର୍ଯ୍ୟାନୁଷ୍ଠାନରେ ଶିଥିଳ ପଡ଼ିଥିଲା। ଏହାପରେ ରାଜ୍ୟ କ୍ରାଇମବ୍ରାଞ୍ଚ ହାତରେ ତଦନ୍ତଭାର ନ୍ୟସ୍ତ କରାଯାଇଥିଲା। କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଆଧାର କରି ୨୦୦୩ ଅଗଷ୍ଟରେ ସାଲେପୁର ଡିଆଇଙ୍କ ସମେତ ସାଲେପୁର, ମାହାଙ୍ଗା ଓ ନିଶ୍ଚିନ୍ତକୋଇଲି ବିଡିଓଙ୍କୁ ନକଲି ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ଦ୍ଦେଶ ହୋଇଥିଲା। ଇତିମଧ୍ୟରେ ୧୮ ବର୍ଷ ବିତିଗଲାଣି। ହେଲେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଶୂନ ହୋଇଥିବାବେଳେ ନକଲି ଶିକ୍ଷକଙ୍କୁ ବିଭାଗ ତରଫରୁ ବାରମ୍ବାର ପୁରସ୍କୃତ କରାଯାଉଛି। ସାଲେପୁର ବ୍ଲକର ଏକ ବିଦ୍ୟାପୀଠରେ କାର୍ଯ୍ୟରତ ଜଣେ ନକଲି ପ୍ରମାଣପତ୍ରଧାରୀ ଶିକ୍ଷକଙ୍କୁ ପଦୋନ୍ନତି ଦିଆଯାଇ ପ୍ରଧାନ ଶିକ୍ଷକ କରାଯାଇଛି। ସେହି ଶିକ୍ଷକଙ୍କୁ କାର୍ଯ୍ୟରୁ ବହିଷ୍କାର କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପତ୍ରସଂଖ୍ୟା ୧୨୪୫୦/୨୧ା୬ା୨୦୦୫ରେ ତତ୍କାଳୀନ ଡିଆଇଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲେ ହେଁ ତାହା କାର୍ଯ୍ୟକାରୀ ହୋଇପାରିନାହିଁ। ତତ୍କାଳୀନ ଡିଆଇ ବର୍ତ୍ତମାନ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟରେ ଏକ ଉଚ୍ଚ ପଦବୀରେ ରହିଛନ୍ତି ବୋଲି କୁହାଯାଉଛି। ଓଟିଇଟିି (ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ) ନକଲି ପ୍ରମାଣପତ୍ର ଦାଖଲ କରି ଇନ୍‌କ୍ରିମେଣ୍ଟ ପାଇଥିବା ଯାଜପୁର ଜିଲା ବଡଚଣା ବ୍ଲକର ୩ ଜଣ ଶିକ୍ଷକଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଅଟକି ରହିଛି। ଗତ ଅକ୍ଟୋବରରେ ଡିଇଇ ପକ୍ଷରୁ ପ୍ରକାଶିତ ତଥ୍ୟ ଅନୁସାରେ ରାଜ୍ୟରେ ପ୍ରାୟ ୪୩୦ ନକଲି ଶିକ୍ଷକ ରହିଛନ୍ତି। ସେଥିରୁ ବହୁତ କମ୍‌ ନକଲି ଶିକ୍ଷୟିତ୍ରୀ/ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କେତେଜଣ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇ ଅନ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀମାନେ କୁଣ୍ଠାପ୍ରକାଶ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?