ପୁଣି ଧରାପଡ଼ିଲା ନକଲି ଟେଲ୍‌ମା-୪୦

କଟକ ଅଫିସ,୨୩ା୯: ବାରଣ ସତ୍ତ୍ୱେ ନକଲି ମେଡିସିନ କାରବାର ଥମିବାର ନାଁ ଧରୁନି। ଡ୍ରଗ୍ସ କଣ୍ଟ୍ରୋଲର ବିଭାଗ ପକ୍ଷରୁ ଗୁରୁବାର ପୁଣି କଟକର ୩ଟି ଏଜେନ୍ସିରେ ଚଢ଼ାଉ କରାଯାଇ ନକଲି ଟେଲ୍‌ମା-୪୦ ଓ ଟେଲ୍‌ମା-ଏଏମ୍‌ ମେଡିସିନ ଜବତ କରାଯାଇଛି। ଜବତ ନକଲି ମେଡିସିନର ମୂଲ୍ୟ ପ୍ରାୟ ୨୦ଲକ୍ଷ ଟଙ୍କାର ହେବ ବୋଲି ଜଣାଯାଇଛି। ନିମଚଉଡ଼ିସ୍ଥିତ କ୍ୟାଲ୍‌ ଏଜେନ୍ସି, ନୟାସଡ଼କସ୍ଥିତ ମହାବୀର ପ୍ରସାଦ ଓ ଏମ୍‌ଏଚ୍‌ ଫାର୍ମାସି ଏହି ନକଲି ମେଡିସିନ ଗଚ୍ଛିତ ରଖିଥିଲେ।
ସୂଚନାଯୋଗ୍ୟ, ଡ୍ରଗ୍ସ କଣ୍ଟ୍ରୋଲର ବିଭାଗ ପକ୍ଷରୁ ଜାଉଁଳିଆପଟିର ପୂଜା ଏଣ୍ଟରପ୍ରାଇଜର୍ସ ଓ ମାଣିକଘୋଷ ବଜାରର ଭି. ଆର. ଡ୍ରଗ ଏଜେନ୍ସି ଉପରେ ଚଢ଼ାଉ କରାଯାଇ ବହୁ ପରିମାଣର ନକଲି ମେଡିସିନ ଜବତ ହୋଇଥିଲା। ନମୁନା ପରୀକ୍ଷା ପରେ ଉକ୍ତ ଔଷଧ ନକଲି ବୋଲି ଜଣାପଡ଼ିବା ପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାର ବ୍ୟବହାର ଏବଂ ବିକ୍ରିକୁ ନିଷିଦ୍ଧ ଘୋଷଣା କରାଯାଇଥିଲା। ଏହା ସତ୍ତ୍ୱେ ଏହି ଔଷଧର କାରବାର ଚାଲିଥିବା ବିଶେଷସୂତ୍ରରୁ ଖବର ପାଇ ପୋଲିସ ଗତ ୧୯ତାରିଖରେ କଟକ ମହତାବରୋଡସ୍ଥିତ ଏକ ଟ୍ରାନ୍ସପୋର୍ଟ ଏଜେନ୍ସି ଉପରେ ଚଢ଼ାଉ କରି ସେଠାରୁ ୧୩୫୦ ଷ୍ଟ୍ରିପ୍‌ ନକଲି ଟେଲ୍‌ମା-୪୦ ମେଡିସିନ୍‌ ଜବତ କରିଥିଲା। ଉକ୍ତ ମେଡିସିନ୍‌ ମାଣିକଘୋଷ ବଜାରସ୍ଥିତ ଭି.ଆର୍‌. ଡ୍ରଗ୍ସ ଏଜେନ୍ସି କୋଲକାତାରୁ କିଣିଥିବା ତଦନ୍ତରୁ ଜଣାପଡ଼ିଥିଲା। ଡ୍ରଗ୍ସ କଣ୍ଟ୍ରୋଲର ବିଭାଗ ଓ ପୋଲିସ ନକଲି ମେଡିସିନ କାରବାର ରୋକିବା ଦିଗରେ କାର୍ଯ୍ୟାନୁଷ୍ଠାନ ଜାରି ରଖିଥିବାବେଳେ ଦିନକୁ ଦିନ ନୂଆ ନୂଆ ତଥ୍ୟ ଉନ୍ମୋଚିତ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri