ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟରେ କୋର୍ଟ ଗଲେ ଝିଅ ଆରାଧ୍ୟା

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ଚାଲିଛି। କିନ୍ତୁ ଉଭୟ ଏନେଇ ଚୁପ୍‌ ଅଛନ୍ତି। ଏସବୁ ଭିତରେ ଝିଅ ଆରାଧ୍ୟା କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ନିଜ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ମିଥ୍ୟା ରିପୋର୍ଟିଂକୁ ନେଇ ଆରାଧ୍ୟା ପୁଣି ଥରେ କୋର୍ଟ ଯାଇଛନ୍ତି। ସେପଟେ ଏହି ପିଟିସନକୁ ନେଇ ଗୁଗଲକୁ ନୋଟିସ ଜାରି କରିଛନ୍ତି ଦିଲ୍ଲୀ ହାଇକୋର୍ଟ। ଦିଲ୍ଲୀ ହାଇକୋର୍ଟରେ ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୭ରେ ହେବ।
୨୦୨୩ ଏପ୍ରିଲରେ ଦିଲ୍ଲୀ ହାଇକୋର୍ଟ ସୋସିଆଲ ମିଡିଆରେ ଆରାଧ୍ୟା ବଚ୍ଚନଙ୍କ ସ୍ବାସ୍ଥ୍ୟ ବିଷୟରେ ପ୍ରକାଶିତ ବିଭ୍ରାନ୍ତିକର ସୂଚନାକୁ ହଟାଇବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ତାହା ହୋଇପାରିନାହିଁ। ନୂଆ ପିଟିସନରେ ଆରାଧ୍ୟା ବଚ୍ଚନ ଅଭିଯୋଗ କରିଛନ୍ତି ଯେ, ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ସୋସିଆଲ ମିଡିଆରୁ ତାଙ୍କ ସ୍ବାସ୍ଥ୍ୟ ବିଷୟରେ ବିଭ୍ରାନ୍ତିକର ସୂଚନା ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ହଟାଇ ଦିଆଯାଇନାହିଁ। ଆରାଧ୍ୟାଙ୍କ ଆବେଦନ ପରେ କୋର୍ଟ ଗୁଗଲକୁ ନୋଟିସ ଜାରି କରିଛନ୍ତି। ଦିଲ୍ଲୀ ହାଇକୋର୍ଟରେ ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୭ରେ ହେବ।
ସୂଚନାଯୋଗ୍ୟ, ପୂର୍ବରୁ କିଛି ୟୁଟ୍ୟୁବ ଚ୍ୟାନେଲ ଆରାଧ୍ୟାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଅନେକ ମିଥ୍ୟା ଖବର ପ୍ରକାଶ କରିଥିଲେ। ଅସନ୍ତୋଷ ବ୍ୟକ୍ତ କରି ବଚ୍ଚନ ପରିବାର ୨୦୨୩ରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ୨୦୨୩ରେ ହାଇକୋର୍ଟରେ ଏକ ପିଟିସନ ଦାଖଲ ହୋଇଥିଲା। ଏହି ଭିଡିଓଗୁଡ଼ିକୁ ହଟାଇବାକୁ ସେମାନେ ଦାବି କରିଛନ୍ତି। ଏବେ ସେହି ମାମଲାକୁ ନେଇ ନୂଆ ଆବେଦନ ଦାଖଲ କରାଯାଇଛି।
ସୂଚନାଯୋଗ୍ୟ, ଐଶ୍ୱର୍ଯ୍ୟା ରାୟ ୨୦୦୭ରେ ଅଭିନେତା ଅଭିଷେକ ବଚ୍ଚନଙ୍କୁ ବିବାହ କରିଥିଲେ। ଏହି ଦମ୍ପତି ୨୦୧୧ରେ ଝିଅ ଆରାଧ୍ୟାଙ୍କ ମାତାପିତା ହୋଇଥିଲେ। ଆରାଧ୍ୟାଙ୍କୁ ଅନେକ ସମୟରେ ତାଙ୍କ ମା’ଙ୍କ ସହ କାର୍ଯ୍ୟକ୍ରମ ଏବଂ ବିବାହ ଉତ୍ସବରେ ଦେଖିବାକୁ ମିଳିଥାଏ। ଯାହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri