ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟରେ କୋର୍ଟ ଗଲେ ଝିଅ ଆରାଧ୍ୟା

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ଚାଲିଛି। କିନ୍ତୁ ଉଭୟ ଏନେଇ ଚୁପ୍‌ ଅଛନ୍ତି। ଏସବୁ ଭିତରେ ଝିଅ ଆରାଧ୍ୟା କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ନିଜ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ମିଥ୍ୟା ରିପୋର୍ଟିଂକୁ ନେଇ ଆରାଧ୍ୟା ପୁଣି ଥରେ କୋର୍ଟ ଯାଇଛନ୍ତି। ସେପଟେ ଏହି ପିଟିସନକୁ ନେଇ ଗୁଗଲକୁ ନୋଟିସ ଜାରି କରିଛନ୍ତି ଦିଲ୍ଲୀ ହାଇକୋର୍ଟ। ଦିଲ୍ଲୀ ହାଇକୋର୍ଟରେ ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୭ରେ ହେବ।
୨୦୨୩ ଏପ୍ରିଲରେ ଦିଲ୍ଲୀ ହାଇକୋର୍ଟ ସୋସିଆଲ ମିଡିଆରେ ଆରାଧ୍ୟା ବଚ୍ଚନଙ୍କ ସ୍ବାସ୍ଥ୍ୟ ବିଷୟରେ ପ୍ରକାଶିତ ବିଭ୍ରାନ୍ତିକର ସୂଚନାକୁ ହଟାଇବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ତାହା ହୋଇପାରିନାହିଁ। ନୂଆ ପିଟିସନରେ ଆରାଧ୍ୟା ବଚ୍ଚନ ଅଭିଯୋଗ କରିଛନ୍ତି ଯେ, ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ସୋସିଆଲ ମିଡିଆରୁ ତାଙ୍କ ସ୍ବାସ୍ଥ୍ୟ ବିଷୟରେ ବିଭ୍ରାନ୍ତିକର ସୂଚନା ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ହଟାଇ ଦିଆଯାଇନାହିଁ। ଆରାଧ୍ୟାଙ୍କ ଆବେଦନ ପରେ କୋର୍ଟ ଗୁଗଲକୁ ନୋଟିସ ଜାରି କରିଛନ୍ତି। ଦିଲ୍ଲୀ ହାଇକୋର୍ଟରେ ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୭ରେ ହେବ।
ସୂଚନାଯୋଗ୍ୟ, ପୂର୍ବରୁ କିଛି ୟୁଟ୍ୟୁବ ଚ୍ୟାନେଲ ଆରାଧ୍ୟାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଅନେକ ମିଥ୍ୟା ଖବର ପ୍ରକାଶ କରିଥିଲେ। ଅସନ୍ତୋଷ ବ୍ୟକ୍ତ କରି ବଚ୍ଚନ ପରିବାର ୨୦୨୩ରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ୨୦୨୩ରେ ହାଇକୋର୍ଟରେ ଏକ ପିଟିସନ ଦାଖଲ ହୋଇଥିଲା। ଏହି ଭିଡିଓଗୁଡ଼ିକୁ ହଟାଇବାକୁ ସେମାନେ ଦାବି କରିଛନ୍ତି। ଏବେ ସେହି ମାମଲାକୁ ନେଇ ନୂଆ ଆବେଦନ ଦାଖଲ କରାଯାଇଛି।
ସୂଚନାଯୋଗ୍ୟ, ଐଶ୍ୱର୍ଯ୍ୟା ରାୟ ୨୦୦୭ରେ ଅଭିନେତା ଅଭିଷେକ ବଚ୍ଚନଙ୍କୁ ବିବାହ କରିଥିଲେ। ଏହି ଦମ୍ପତି ୨୦୧୧ରେ ଝିଅ ଆରାଧ୍ୟାଙ୍କ ମାତାପିତା ହୋଇଥିଲେ। ଆରାଧ୍ୟାଙ୍କୁ ଅନେକ ସମୟରେ ତାଙ୍କ ମା’ଙ୍କ ସହ କାର୍ଯ୍ୟକ୍ରମ ଏବଂ ବିବାହ ଉତ୍ସବରେ ଦେଖିବାକୁ ମିଳିଥାଏ। ଯାହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri