ନକଲି ଭୋଟ ଦେଉଥିବା ୬ଜଣଙ୍କୁ ଗିରଫ କଲା ପୋଲିସ: ଏଥିରେ ୪ମହିଳା ସାମିଲ

ଲକ୍ଷ୍ନୌ,୧୪।୨: ଉତ୍ତରପ୍ରଦେଶରେ ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ୯ଟି ଜିଲାର ୫୫ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ କରାଯାଇଛି। ଏହିକ୍ରମରେ ରାମପୁର ଜିଲାରେ ମଧ୍ୟ ମତଦାନ ହୋଇଥିଲା। ତେବେ ମତଦାନ ସମୟରେ ରାମପୁର ଜିଲାରେ ନକଲି ଭୋଟ ଦେବାକୁ ଚେଷ୍ଟା କରୁଥିବା ୬ଜଣଙ୍କୁ ଗିରଫ କରାଯାଇଛି। ଏଥିରେ ୪ଜଣ ମହିଳା ମଧ୍ୟ ସାମିଲ ଥିବା ସୂଚନା ରହିଛି। ଏନେଇ ଖବର ପାଇବା ପରେ ପୋଲିସ ଓ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଯାଞ୍ଚ କରିଥିଲେ। ନକଲି ଭୋଟ ଅଭିଯୋଗରେ ପୋଲିସ ମହିଳାମାନଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ୨ଜଣ ମହିଳା ଜାଲ ଭୋଟ ଦେବା ପାଇଁ ରଜା ଡିଗ୍ରୀ କଲେଜକୁ ପହଞ୍ଚିଥିଲେ ବୋଲି ଜିଲାଧିକାରୀ ରବିନ୍ଦ୍ର କୁମାର କହିଛନ୍ତି। ଏହି ମହିଳାମାନଙ୍କର ରାନୀ ଏବଂ ମୁସ୍କାନଙ୍କ ନାମରେ ୨ଟି ଭୋଟର ପରିଚୟ ପତ୍ର ରହିଥିଲା। ରାଣୀଙ୍କ ନାମରେ ଏକ ଭୋଟର ସ୍ଲିପ ମଧ୍ୟ ଥିଲା। ସେ ଅନ୍ୟ ଏକ ବୁଥରେ ଭୋଟ ଦେଇଥିଲେ ଏବଂ ନିଜର ଆଇକାର୍ଡ ଦେଖାଇ ଏହା ତାଙ୍କ ଝିଅର ବୋଲି କହି ଆଉଥରେ ତାଙ୍କ ନାଁରେ ଭୋଟ ଦେବାକୁ ପ୍ରଚେଷ୍ଟା କରିଥିଲେ। ସନ୍ଦେହ ହେବାରୁ ପ୍ରିଜାଇଡିଂ ଅଫିସର ତାଙ୍କୁ ପଚାରାଉଚରା କରି ପୋଲିସର ଜିମା ଦେଇଥିଲେ। ଅନ୍ୟପଟେ ଗିରଫ ହୋଇଥିବା ମହିଳାଙ୍କ ନାମରେ ମାମଲା ରୁଜୁ ହୋଇଛି। ଖୁବ୍‌ଶୀଘ୍ର ସମ୍ପୃକ୍ତ ମହିଳାଙ୍କ ବିରୋଧରେ ଧାରା ଅନୁଯାୟୀ ମାମଲା ରୁଜୁ କରାଯାଇ ଜେଲ୍‌ ପଠାଯିବ ବୋଲି ଜିଲାଧିକାରୀ ସୂଚନା ଦେଇଛନ୍ତି। ଏଥିସହ ନକଲି ଭୋଟ ନ ଦେବାକୁ ସେ ଲୋକଙ୍କୁ ନିବେଦନ କରିଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି ଯେଉଁମାନେ ଏଭଳି କାର୍ଯ୍ୟ କରୁଛନ୍ତି, ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?