ଝାରସୁଗୁଡ଼ା ଜିଲାପାଳଙ୍କ ନାମରେ ନକଲି ହ୍ବାଟ୍ସଆପ୍‌ ଆକାଉଣ୍ଟ

ଝାରସୁଗୁଡା ଅଫିସ,୨୯।୭: ଝାରସୁଗୁଡା ଜିଲାପାଳଙ୍କ ନାମରେ ଏକ ନକଲି ହ୍ବାଟ୍ସଆପ୍‌ ଆକାଉଣ୍ଟ ଖୋଲାଯାଇଛି। ଏନେଇ ଝାରସୁଗୁଡ଼ା ଜିଲାପାଳ ସରୋଜ କୁମାର ସାମଲ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଜିଲାପାଳ ଟ୍ବିଟ କରି କହିଛନ୍ତି ଯେ, “ମୋ ନାଁ ଏବଂ ଫଟୋକୁ ବ୍ୟବହାର କରି ଏକ ନକଲି ହ୍ବାଟ୍ସଆପ ଆକାଉଣ୍ଟ ଖୋଲାଯାଇଛି । ଏଥିରେ ଜିଲାର କେତେକ ଅଧିକାରୀ ଏବଂ ଅନ୍ୟ କେତେକ ଅଣ-ସରକାରୀ କ୍ୱାଟର୍ସକୁ ଏକ ର୍ନିଦ୍ଦିଷ୍ଟ ଲିଙ୍କରେ ଆମାଜନ ଉପହାର କାର୍ଡ ଭାଉଚର ବାଣ୍ଟିବାକୁ କୁହାଯାଇଛି। ଏହାକୁ ନେଇ ଜିଲାବାସୀ ଏବଂ ଅଧିକାରୀ ସାବଧାନ ରୁହନ୍ତୁ । କିଏ ଏପରି କରିଛନ୍ତି ଏନେଇ ଟ୍ରାକ କରିବାକୁ ଚେଷ୍ଟା କରାଯାଉଥିବା ଜିଲାପାଲ ଉଲ୍ଲେଖ କରିଛନ୍ତି। ଅନ୍ୟପକ୍ଷେ ରାଜ୍ୟରେ ସାଇବର ଅପରାଧ ବଡିବାରେ ଲାଗିଛି। ଲୋକଙ୍କୁ ଫେନ କରି ବିଭିନ୍ନ ପ୍ରଲୋଭନ ଦେଖାଇ ଆକାଉଣ୍ଟରୁ ଟଙ୍କା ଲୁଟି ନେଉଛନ୍ତି। ଏଭଳି ଅଭିଯୋଗ ଦିନକୁ ଦିନ ବଡିବାରେ ଲାଗିଛି। ଏନେଇ ଜନସାଧାରଣଙ୍କୁ ସତର୍କ ରହିବାକୁ ଜିଲାପ୍ରଶାସନ ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri