ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ନାକ୍‌ ‘ଏ’ ଗ୍ରେଡ ମାନ୍ୟତା

ବାଲେଶ୍ୱର,୨୩|୯(ମାନସ ବିଶ୍ୱାଳ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ଜାତୀୟ ମୂଲ୍ୟାୟନ ଓ ଅଧିସ୍ୱୀକୃତି ପରିଷଦ (ନାକ୍‌) ‘ଏ’ ଗ୍ରେଡ ମାନ୍ୟତା ମିଳିଛି। ସିଜିପିଏରେ ଫକୀରମୋହନ ଓଡ଼ିଶାର ଅନ୍ୟ ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟକୁ ପଛରେ ପକାଇଛି। ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ୩.୧୮ ସିଜିପିଏ ମିଳିଥିବା ବେଳେ ଉତ୍କଳ ବିଶ୍ୱବିଦ୍ୟାଳୟକୁ ୩.୧୬ ଓ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟକୁ ୩.୧ ସିଜିପିଏ ମିଳିଛି। ପୂର୍ବରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ‘ବି’ ଗ୍ରେଡ ନାକ ମାନ୍ୟତା ମିଳିଛି।

ଗତ ୧୨ ତାରିଖରେ ନାକ ଟିମ ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ଆସିଥିଲେ। ଗସ୍ତ ପରେ ଟିମ ଗୁଣାତ୍ମକ ଶିକ୍ଷାଦାନ ପ୍ରଣାଳୀ ଓ ବିଶ୍ୱବିଦ୍ୟାଳୟରେ ଶୈକ୍ଷିକ ପରିବେଶରେ ଉନ୍ନତି ଆଣିପାରିଥିବାରୁ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ନାକ ‘ଏ’ ଗ୍ରେଡ ମାନ୍ୟତା ପ୍ରଦାନ କରିଛି।

ତେବେ ତିନିଦିନ ଧରି ହୋଇଥିବା ମୂଲ୍ୟାୟନ ଓ ଅଧିସ୍ୱୀକୃତି ପ୍ରକ୍ରିୟାରେ ଭାରତର ବିଭିନ୍ନ ବିଶ୍ୱବିଦ୍ୟାଳୟରୁ ୬ ଜଣ ପ୍ରାଧ୍ୟାପକ ଯୋଗ ଦେଇଥିଲେ। ପ୍ରଫେସର ବି.ପି ସଞ୍ଜୟଙ୍କ ଅଧ୍ୟକ୍ଷତାରେ ପ୍ରଫେସର ମହମ୍ମଦ ତାରିକ, ପ୍ରଫେସର କୃଷ୍ଣକୁମାର ରଙ୍ଗାରଜୁଲୁ, ପ୍ରଫେସର ଅର୍ଦ୍ଧେନ୍ଦୁ ଶେଖର ପାତ୍ର, ପ୍ରଫେସର ଭବେଶ ଚନ୍ଦ୍ର ଗୋସ୍ୱାମୀ, ପ୍ରଫେସର ରେଣୁ ଯାଟନା ପ୍ରମୁଖ ତଦାରଖ କରିଥଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri