ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର ପ୍ରାର୍ଥୀ ଘୋଷଣା କରିଛି। ଏହି ଦୁଇ ସିଟ୍‌ ପାଇଁ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ତେବେ ଅନିଶ୍ଚିତତା ମଧ୍ୟରେ ପ୍ରାର୍ଥୀମାନେ ରହିଥିବାରୁ ପ୍ରଚାର ମାନ୍ଦା ହୋଇଯାଇଥିଲା। ଭାଜପା ଚମ୍ପୁଆ ନିର୍ବାଚନ ମଣ୍ଡଳୀ ପାଇଁ ଡକ୍ଟର ମୁରଲୀ ଶର୍ମାଙ୍କ ଉପରେ ପୁଣି ଥରେ ଭରସା ରଖି ପ୍ରାର୍ଥୀ ଘୋଷଣା କରିଛି। ମୁରଲୀ ପୂର୍ବରୁ ନିର୍ବାଚନ ଲଢ଼ିଥିବା ବେଳେ ୨୦୧୯ରେ ଦଳର ପ୍ରାର୍ଥୀ ହୋଇ କଡ଼ା ମୁକାବିଲା କରିଥିଲେ। ସେ ଜଣେ ଟାଣୁଆ ଭାଜପା ନେତା ହୋଇଥିବା ବେଳେ ସଂଘ ପରିବାରର ସଦସ୍ୟ ଥିବାରୁ ତାଙ୍କ ପ୍ରାର୍ଥିତ୍ୱକୁ ନେଇ ଦଳରେ ଉତ୍ସାହ ଦେଖିବାକୁ ମିଳିଛି। ତେବେ ଆଜି ଘୋଷଣା ପରେ ଭାଜପା ଶିବିରରେ ଏବଂ ତାଙ୍କ ସମର୍ଥକଙ୍କ ମଧ୍ୟରେ ଉତ୍ସାହ ଖେଳିଯାଇଛି। ଏଠାରେ ବିଜେଡିର ଜଣେ ଟାଣୁଆ ନେତା ତଥା ପୂର୍ବତନ ବିଧାୟକ ସନାତନ ମହାକୁଡ଼ ଓ କଂଗ୍ରେସ ଜଣେ ପୂର୍ବତନ ଏମ୍‌ପି ଯଶୋବନ୍ତ ନାରାୟଣ ସିଂ ଲାଗୁରୀଙ୍କୁ ପ୍ରାର୍ଥୀ କରିଥିବାରୁ ତ୍ରିମୁଖୀ ଲଢ଼େଇ ହେବ।

ସେହିପରି ଭାଜପା ତେଲକୋଇ ନିର୍ବାଚନ ମଣ୍ଡଳୀରେ ଡାକ୍ତର ଫକୀରମୋହନ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି। କିଛି ମାସ ତଳେ ସେ ଭାଜପାରେ ଯୋଗଦେଇ ଗାଁ ଗାଁ ବୁଲି ଲୋକଙ୍କ ସେବା କରିବା ସହ ନିଜର ସମର୍ଥନ ସଂଗ୍ରହ କରିଆସୁଥିଲେ। ଡାକ୍ତର ନାୟକ ପୂର୍ବରୁ କଂଗ୍ରେସ ଟିକେଟ୍‌ରୁ ଲୋକ ସଭା ପାଇଁ ପ୍ରାର୍ଥୀ ହୋଇଥିଲେ। ତେବେ ଏହି ସିଟ୍‌ ଗତଥର ବିଜେଡି ହାତରେ ରହିଥିଲା। ବିଜେଡି ଛାଡ଼ି ବିଧାୟକ ପ୍ରେମାନନ୍ଦ ନାୟକ, ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ ଭାଜପାରେ ଯୋଗ ଦେବା ଫଳରେ କିଏ ଟିକେଟ୍‌ ପାଇବ ସେନେଇ ନାନା କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ଏବେ ଏହି ସିଟ୍‌ରେ ବିଜେଡି ଜଣେ ଟାଣୁଆ ତଥା ଜିଲା ସଂଗଠନ ମୁଖ୍ୟ ପୂର୍ବତନ ଏମ୍‌ପି ମାଧବ ସର୍ଦ୍ଦାରଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ଜଣେ ନବାଗତ ତଥା ପୂର୍ବତନ ବିଧାୟକ ପ୍ରାଣବଲ୍ଲଭ ନାୟକଙ୍କୁ ପୁଅ ନିର୍ମଳ ନାୟକଙ୍କୁ ପ୍ରାର୍ଥୀ କରିଛି। ଫଳରେ ଏଠାରେ ତ୍ରିମୁଖୀ ଲଢ଼େଇ ହେବା ଯଥେଷ୍ଟ ସମ୍ଭାବନା ରହିଛି। ସବୁ ଦଳ ଜିଲାର ୬ ବିଧାନସଭା ଓ କେନ୍ଦୁଝର ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଭାଜପା ଅଦ୍ୟାବଧି ଘଷିପୁରା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରି ନ ଥିବାରୁ ଦଳ ପ୍ରଚାରରେ ପଛେଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri