‘ଯୁଗସ୍ରଷ୍ଟା ଥିଲେ ଫକୀରମୋହନ’

ବାଲେଶ୍ୱର ଅଫିସ, ୧୪।୧ ଫକୀର ମୋହନ ବିଶ୍ୱବିଦ୍ୟାଳୟ, ବ୍ୟାସ ବିହାର ପରିସରରେ ଗୁରୁବାର ଫକୀର ମୋହନ ଜୟନ୍ତୀ ପାଳିତ ହୋଇଯାଇଛି। କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଗୁରୁବାର ବିଶ୍ୱବିଦ୍ୟାଳୟ ପ୍ରବେଶପଥରେ ଥିବା ଫକୀର ମୋହନଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଏହି ସାରସ୍ବତ ସମାରୋହର ଶୁଭାରମ୍ଭ କରିଥିଲେ। ପରେ ପ୍ରଶାସନିକ ଭବନରେ ଥିବା ଫକୀରମୋହନଙ୍କ ପ୍ରତିମୂର୍ତ୍ତିରେ କୁଳପତି, ଅନ୍ୟାନ୍ୟ ଶିକ୍ଷକ ଓ କର୍ମଚାରୀମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। କୋଭିଡ ନିୟମାନୁସାରେ ପ୍ରଶାସନିକ ଭବନ ପ୍ରେକ୍ଷାଳୟରେ ଏକ ସଭା ଅନୁଷ୍ଠିତ ହୋଇଥିଲା। କୁଳପତି ତ୍ରିପାଠୀ ସଭାପତିତ୍ୱ କରି ଫକୀରମୋହନଙ୍କୁ ଯୁଗସ୍ରଷ୍ଟା ଭାବେ ଅଭିହିତ କରିବା ସହ ଏହି ପୂଣ୍ୟତିଥିରେ ଆମ ଭାଷା, ଜାତି, ସଂସ୍କୃତି ଓ ସଭ୍ୟତାର ପୁନରୁଦ୍ଧାର ପାଇଁ ଯତ୍ନବାନ ହେବାକୁ ଆହ୍ବାନ ଜଣାଇଥିଲେ। ଡ. ଦେବାଶିଷ ପାତ୍ର ସଭା ପରିଚାଳନା କରି ଫକୀରମୋହନଙ୍କ ସମ୍ପର୍କରେ ଗବେଷଣାତ୍ମକ ତଥ୍ୟ ଉପସ୍ଥାପନ କରିଥିଲେ। ପ୍ରଫେସର ସୂର୍ଯ୍ୟେନ୍ଦୁ କୁମାର ଦେ ଫକୀରମୋହନଙ୍କ ବାଲ୍ୟଜୀବନକୁ ଉପସ୍ଥାପନ କଲେ। ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ମୁନେଶ ଚନ୍ଦ୍ର ଅଧିକାରୀ ଫକୀରମୋହନଙ୍କୁ ଏକ ଯୁଗାନ୍ତକାରୀ ବ୍ୟକ୍ତିତ୍ୱ ଭାବେ ମତ ଦେଇଥିଲେ। ପ୍ରଫେସର ଅନୀଲ କୁମାର ମହାପାତ୍ର ନିଜର କବିତା ମାଧ୍ୟମରେ ଫକୀରମୋହନଙ୍କୁ ସ୍ମରଣ କରିଥିଲେ। ବିତ୍ତ ନିୟନ୍ତ୍ରକ ଓ ଭାରପ୍ରାପ୍ତ କୁଳସଚିବ ମାନସ କୁମାର ପାତ୍ର ଉପସ୍ଥିତ ଥିଲେ। ଏହି ଅବସରରେ ବିଶ୍ୱବିଦ୍ୟାଳୟ ପତ୍ରିକା ‘ବ୍ୟାସ ସମ୍ଭାର’ର ଉନ୍ମୋଚିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?