କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ ବୋହିବା ସହ ବର୍ଷା ହୋଇଛି। ବର୍ଷା ପବନ ଯୋଗୁ ଚିତ୍ରଡା-ଅମର୍ଦା ୬୧ ନମ୍ବର ରାଜ୍ୟ ରାଜପଥ ଚିତ୍ରଡା ବ୍ଲକ ଛକ ପାଖରେ ଏକ ବିଶାଳ ନିମ୍ବ ଗଛ ଭାଙ୍ଗି ପଡିଛି। ଫଳରେ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।

ଖବର ନେବା ସୁଦ୍ଧା ଘଟଣାସ୍ଥଳରେ ଚିତ୍ରଡା ଦମକଳ ବାହିନୀ ପହଞ୍ଚି ନ ଥିବାର ଜଣାପଡିଛି l ତେବେ ବାରିପଦା ଆଡକୁ ଯାଉଥିବା ଏକ ବାଇକ(ଓଡି-୧୧କେ- ୬୧୯୬) ରାସ୍ତାରେ ପଡିଥିବା ଗଛକୁ ଧକ୍କା ଦେଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଥିଲେ ଡ୍ରାଇଭର। ସେହିପରି ବ୍ଲକର ଛୋଟରାୟପୁର ଗ୍ରାମରେ ଜଣଙ୍କ ଘର ଉପରେ ଗଛ ପଡିଥିବାରୁ ଘରଟି ଭାଙ୍ଗି ଯାଇଥିବାର ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri