ଖସୁଛି ସଂକ୍ରମଣ: ଆଜି ୪୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ରାଜ୍ୟରେ ରବିବାର ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୮୭ ହଜାର ୧୫୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୧୧ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୪, କଟକରୁ ୨, ଗଜପତିରୁ ୫, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୬, ଖୋର୍ଦ୍ଧାରୁ ୧ କୋରାପୁଟରୁ ୩, ମୟୂରଭଞ୍ଜରୁ ୧, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧ ଏବଂ ସୁନ୍ଦରଗଡ଼ରୁ ୧ ଅଛନ୍ତି।