Posted inଜାତୀୟ

ପାହାଡ଼ରୁ ଏବେ ବି ଖସୁଛି ପଥର, ଅଟକିଛି ଉଦ୍ଧାର କାର୍ଯ୍ୟ

କିନ୍ନୌର, ୧୨।୮: ହିମାଚଳ ପ୍ରଦେଶର କିନ୍ନୌର ଜିଲାରେ ଘଟିଥିବା ଭୂସ୍ଖଳନ ସ୍ଥାନରୁ ଆହୁରି ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଫଳରେ ୧୪ରେ ପହଞ୍ଚିଛି ମୃତ୍ୟୁ ସଂଖ୍ୟା। ୧୬ ଜଣ ଏବେ ବି ନିଖୋଜ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ। ଘଟଣା ସ୍ଥଳ ନ୍ୟାଶନାଲ ହାଇଓ୍ବେ ୫ ସ୍ଥିତ ଚଉରା ଗାଁ ଗସ୍ତ କରିବା ପରେ ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁର ବିଧାନସଭାରେ ମୃତକଙ୍କ ସଂଖ୍ୟା ପ୍ରକାଶ କରିଛନ୍ତି।

କିନ୍ତୁ ଚିନ୍ତାର କଥା ହେଲା ପାହାଡ଼ରୁ ଏବେ ବି ପଥର ଖସୁଛି। ଫଳରେ ବାରମ୍ବାର ବାଧାପ୍ରାପ୍ତ ହେଉଛି ଉଦ୍ଧାର କାର୍ଯ୍ୟ। ନିଖୋଜ ଥିବା ପ୍ରତ୍ୟେକଙ୍କ ଜୀବନ ପାଇଁ ଗୋଟିଏ ଗୋଟିଏ ମିନିଟ୍‌ ଗୁରୁତ୍ୱପୂର୍ଣ୍ଣ ଥିବାରୁ ଯଥା ଶୀଘ୍ର ଉଦ୍ଧାର କାର୍ଯ୍ୟ କରିବାକୁ ଚେଷ୍ଟା କରାଯାଉଛି। ଗୁରୁବାର ସକାଳ ୪ଟାରୁ ଏନ୍‌ଡିଆରଏଫ୍‌, ଆଇଟିବିପି, ରାଜ୍ୟ ପୋଲିସ ଓ ହୋମଗାର୍ଡ ପକ୍ଷରୁ ଆରମ୍ଭ କରାଯାଇଥିଲା ଉଦ୍ଧାର କାର୍ଯ୍ୟ। ସେମାନଙ୍କୁ ୪ ଜଣଙ୍କ ମୃତଦେହ ସହ ଏଚ୍‌ଆରଟିସି ବସର ଖଣ୍ଡ ବିଖଣ୍ଡିତ ଅଂଶ ମିଳିଛି। ହାଇଓ୍ବେଠାରୁ ୩୦୦ ମିଟର ତଳେ ଦବି ହୋଇ ରହିଛି ବସ୍‌। କିନ୍ତୁ ସକାଳ ୧୧ଟାରେ ପଥର ଖସିବାରୁ ଦେଢ଼ ଘଣ୍ଟା ପାଇଁ ଉଦ୍ଧାର କାର୍ଯ୍ୟକୁ ବନ୍ଦ କରି ଦିଆଯାଇଥିଲା। ଅପରାହ୍ନରେ ମଧ୍ୟ ବାଧକ ସାଜିଥିଲା ସମାନ ସମସ୍ୟା। ଏଭଳି ପରିସ୍ଥିତି ଯୋଗୁ ଶୁକ୍ରବାର ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଛି ଉଦ୍ଧାର କାର୍ଯ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri