ଭୁବନେଶ୍ୱର,୧୯।୮: କ୍ରମାଗତ ୨ୟ ଦିନ ଲାଗି ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ଷ୍ଟକ୍ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୨୦୨ (୨୦୨.୩୬) ପଏଣ୍ଟ କମି ୬୪,୯୪୯(୬୪,୯୪୮.୬୬) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ରେ ମଧ୍ୟ ୫୫ (୫୫.୧୦) ପଏଣ୍ଟ ହ୍ରାସ ଘଟି ୧୯,୩୧୦ (୧୯,୩୧୦.୧୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଉଲ୍ଲେଖଯୋଗ୍ୟ, ଗତ କିଛିଦିନ ହେବ ଭାରତୀୟ ଶେୟାର ବଜାରର କାରବାରରେ ଅସ୍ଥିରତା ଦେଖାଦେଇଛି। ଏପରିକି ବିଏସ୍ଇ ମିଡ୍କ୍ୟାପ୍ ଓ ସ୍ମଲ୍ କ୍ୟାପ୍ର କାରବାର ସମେତ ଏନ୍ଏସ୍ଇ ନିଫ୍ଟିର ନିଫ୍ଟି ମିଡ୍ କ୍ୟାପ୍, ସ୍ମଲ୍ କ୍ୟାପ୍ ଏବଂ ବ୍ୟାଙ୍କିଙ୍ଗ୍ କାରବାରରେ ମଧ୍ୟ ପରିବର୍ତ୍ତନ ଘଟୁଛି।
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…
ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍ଯାପିତ
ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍ଯାପିତ ହୋଇଯାଇଛି। ଦୁଇ…
ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….
ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…
FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ
ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…
ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….
ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…
ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

