Categories: ବାଣିଜ୍ୟ

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର,୧।୯:ବିଗତ କିଛିଦିନ ହେଲା କ୍ରମାଗତ ଭାବେ ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଗୁରୁବାର ଷ୍ଟକ୍‌ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୫୬ (୨୫୫.୮୪) ପଏଣ୍ଟ କମି ୬୪,୮୩୧ (୬୪,୮୩୧.୪୧) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୯୪ (୯୩.୬୫) ପଏଣ୍ଟ ହ୍ରାସ ଘଟି ୧୯,୨୫୪(୧୯,୨୫୩.୮୦) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଉଲ୍ଲେଖଯୋଗ୍ୟ, ଚଳିତ ସପ୍ତାହର ପ୍ରଥମ ୩ ଦିନ ଭାରତୀୟ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଥିବାବେଳେ ଚତୁର୍ଥ ଦିନର କାରବାର ହ୍ରାସ ଘଟିଛି।

Share