ଭୁବନେଶ୍ୱର,୪।୧୦: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ମଙ୍ଗଳବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୩୧୬ (୩୧୬.୩୧) ପଏଣ୍ଟ ଖସି ୬୫,୫୧୨ (୬୫,୫୧୨.୧୦) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୧୧୦ (୧୦୯.୫୫) ପଏଣ୍ଟ ହ୍ରାସ ଘଟି ୧୯,୫୨୯ (୧୯,୫୨୮.୭୫) ଅଙ୍କରେ କାରବାର ବନ୍ଦ କରିଥିଲା। ଉଲ୍ଲେଖଯୋଗ୍ୟ, ବିଏସ୍ଇ ସେନ୍ସେକ୍ସର ମିଡ୍କ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍ଏସ୍ଇ ନିଫ୍ଟି ମିଡ୍କ୍ୟାପ, ସ୍ମଲ୍ କ୍ୟାପ୍ ଏବଂ ବ୍ୟାଙ୍କ ଶେୟାରଗୁଡିକରେ ମଧ୍ୟ ପରିବର୍ତ୍ତନ ଘଟିଛି।
ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର
ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…
କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….
ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର
ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…
‘ଏହା କ୍ରିକେଟ୍ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍ ଚେଜ୍ କରିବା ପରେ ବି ରାଗିଗଲେ ହେଡ୍ କୋଚ୍ ଗମ୍ଭୀର…ଜାଣନ୍ତୁ କାରଣ
ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍ରେ ୪୦୬ ରନ୍ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍କୁ ନେଇ…
ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍, ୨ ଗେଟ୍ରେ ବନ୍ୟାଜଳ ନିଷ୍କାସନ
ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…
ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ
ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…
ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ
ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…
ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍, ୬୨ଟଙ୍କାରୁ ଅଧିକ …
ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

