ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୨୩।୧୨:କ୍ରମାଗତ ୩ୟ ଦିନ ଲାଗି ଷ୍ଟକ୍‌ ବଜାର କାରବାର ହ୍ରାସ ପାଇଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟଦିବସ (ଷ୍ଟକ୍‌ ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଗୁରୁବାର ଶେୟାର ବଜାର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୨୪୧ (୨୪୧.୦୨) ପଏଣ୍ଟ ଖସି ୬୧,୮୨୬ (୬୧,୮୨୬.୨୨) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୭୨ (୭୧.୭୫) ପଏଣ୍ଟ ହ୍ରାସ ଘଟି ୧୮,୧୨୭ (୧୮,୧୨୭.୩୫) ଅଙ୍କରେ ବଜାର ବନ୍ଦ ହୋଇଥିବା ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ, ଜାତୀୟ ଓ ଅନ୍ତଜାର୍ତୀୟ ସମସ୍ୟା ଓ ନିଷ୍ପତ୍ତି କାରଣରୁ ଭାରତୀୟ ଶେୟାର ବଜାରର କାରବାର ପ୍ରଭାବିତ ହେଉଥିବା ବଜାର ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri