ନୂଆଦିଲ୍ଲୀ,୨।୮: ଦିନକ ପରେ ପୁଣି ଥରେ ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସ (ଷ୍ଟକ୍ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇରଛନ୍ତି। ମଙ୍ଗଳବାର ଷ୍ଟକ୍ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୬୮(୬୮.୩୬) ପଏଣ୍ଟ କମି ୬୬,୪୫୯ (୬୬,୪୫୯.୩୧) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ରେ ମଧ୍ୟ ୨୦(୨୦.୨୫) ପଏଣ୍ଟ ହ୍ରାସ ଘଟି ୧୯,୭୩୪ (୧୯,୭୩୩.୫୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଉଲ୍ଲେଖଯୋଗ୍ୟ, ଗତ କିଛିଦିନ ହେଲା ଭାରତୀୟ ଶେୟାର ବଜାର କାରବାରରେ ପରିବର୍ତ୍ତନ ଦେଖାଦେଇଛି।
ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…
ଭାଜପା ନେତାଙ୍କୁ ଆକ୍ରମଣ
ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…
ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ
ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…
ଜଲାପୁଟ ଜଳଭଣ୍ଡାରର ୨ ଗେଟ୍ ଖୋଲିଲା
କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…
ଲଜ୍ରୁ ମିଳିଲା ଦମ୍ପତିଙ୍କ ମୃତଦେହ
କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…
ଶାହି ମସ୍ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ
ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…
ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍ ଘଟିଲା…
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…
ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

