Posted inଜାତୀୟ

ଆମ ବିରୋଧରେ ଅଣାଯାଇଛି ମିଥ୍ୟା ଅଭିଯୋଗ: ଅଜିତ ପାଓ୍ବାର…

ମୁମ୍ବାଇ, ୨୦।୯ : ମହାରାଷ୍ଟ୍ରରେ ବେଦାନ୍ତ-ଫକ୍ସକନ ଚୁକ୍ତି ବନ୍ଦ ହେବା ପରେ ରାଜନୈତିକ ଆରୋପ-ପ୍ରତ୍ୟାରୋପ ବୃଦ୍ଧି ପାଇବାରେ ଲାଗିଛି। ମହାବିକାଶ ଆଘାଡ଼ି (ଏମଭିଏ )ସରକାରଙ୍କ କାରଣରୁ ଏହି ପ୍ରକଳ୍ପ ଗୁଜରାଟକୁ ଯାଇଥିବା ଭାଜପା ନେତାମାନେ ଅଭିଯୋଗ କରିଛନ୍ତି। ବିଧାନସଭାରେ ବିରୋଧୀ ଦଳର ନେତା ଅଜିତ ପାୱାର ଏହାର ଜବାବ ଦେଇଛନ୍ତି। ସେ ମହାରାଷ୍ଟ୍ର ସରକାରଙ୍କର ସମସ୍ତ ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା ବୋଲି କହିଛନ୍ତି।

ମଙ୍ଗଳବାର ମହାରାଷ୍ଟ୍ର ବିଧାନସଭା ପରିସରରେ ଅଜିତ ପାୱାର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ବେଦାନ୍ତ-ଫକ୍ସକନ କମ୍ପାନୀ ଗୁଜରାଟକୁ ଯାଇଥିବା ନେଇ ଆମ ବିରୋଧରେ ଅଭିଯୋଗ ଅଣାଯାଉଛି ଯେ ଏମଭିଏ ସରକାରରେ କିଛି ଲୋକ ଟଙ୍କା ମାଗିଥିଲେ। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ମୁଁ ଏହି ଅଭିଯୋଗର ଯାଞ୍ଚ ଲାଗି ସରକାରଙ୍କୁ ଆହ୍ବାନ କରୁଛି। କେନ୍ଦ୍ରରେ ଭାଜପା କ୍ଷମତାରେ ଅଛି, ରାଜ୍ୟରେ ଏବଂ ଅନ୍ୟାନ୍ୟ ଏଜେନ୍ସି ମଧ୍ୟ ସେମାନଙ୍କ ସହ ଅଛନ୍ତି। ସେମାନଙ୍କୁ ଅନୁସନ୍ଧାନ କରିବାକୁ ଦିଅନ୍ତୁ, ତେବେ ଅଭିଯୋଗ ସ୍ପଷ୍ଟ ହୋଇଯିବ ।

ଅଜିତ ପାୱାର କହିଛନ୍ତି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସରକାର କ୍ଷମତାକୁ ଆସିବା ପୂର୍ବରୁ ବେଦାନ୍ତ ଗୁଜରାଟରେ ଏହାର କାରଖାନା ସ୍ଥାପନ କରିବାକୁ ନିଷ୍ପତ୍ତି ନେଇଥିଲେ ବୋଲି ଗୁଜବ ପ୍ରଚାର କରାଯାଉଛି। ଏହା ସମ୍ପୂର୍ଣ୍ଣ ମିଥ୍ୟା।

ବେଦାନ୍ତ-ଫକ୍ସକନ ପ୍ରକଳ୍ପ ଉପରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ନେତୃତ୍ୱରେ ଏକ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକ ଜୁଲାଇ ୧୫ ରେ ଅନୁଷ୍ଠିତ ହୋଇଥିବାବେଳେ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଏମଭିଏ ସରକାରଙ୍କୁ ଜୁନ ମାସରେ କ୍ଷମତା ଚ୍ୟୁତ କରାଯାଇଥିଲା। ଏହି ପ୍ରକଳ୍ପ ସ୍ଥାନାନ୍ତରଣରେ ଶିନ୍ଦେ ସରକାରଙ୍କ ପ୍ରଚ୍ଛନ୍ନ ହାତ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri