Posted inଜାତୀୟ

ଆମ ବିରୋଧରେ ଅଣାଯାଇଛି ମିଥ୍ୟା ଅଭିଯୋଗ: ଅଜିତ ପାଓ୍ବାର…

ମୁମ୍ବାଇ, ୨୦।୯ : ମହାରାଷ୍ଟ୍ରରେ ବେଦାନ୍ତ-ଫକ୍ସକନ ଚୁକ୍ତି ବନ୍ଦ ହେବା ପରେ ରାଜନୈତିକ ଆରୋପ-ପ୍ରତ୍ୟାରୋପ ବୃଦ୍ଧି ପାଇବାରେ ଲାଗିଛି। ମହାବିକାଶ ଆଘାଡ଼ି (ଏମଭିଏ )ସରକାରଙ୍କ କାରଣରୁ ଏହି ପ୍ରକଳ୍ପ ଗୁଜରାଟକୁ ଯାଇଥିବା ଭାଜପା ନେତାମାନେ ଅଭିଯୋଗ କରିଛନ୍ତି। ବିଧାନସଭାରେ ବିରୋଧୀ ଦଳର ନେତା ଅଜିତ ପାୱାର ଏହାର ଜବାବ ଦେଇଛନ୍ତି। ସେ ମହାରାଷ୍ଟ୍ର ସରକାରଙ୍କର ସମସ୍ତ ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା ବୋଲି କହିଛନ୍ତି।

ମଙ୍ଗଳବାର ମହାରାଷ୍ଟ୍ର ବିଧାନସଭା ପରିସରରେ ଅଜିତ ପାୱାର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ବେଦାନ୍ତ-ଫକ୍ସକନ କମ୍ପାନୀ ଗୁଜରାଟକୁ ଯାଇଥିବା ନେଇ ଆମ ବିରୋଧରେ ଅଭିଯୋଗ ଅଣାଯାଉଛି ଯେ ଏମଭିଏ ସରକାରରେ କିଛି ଲୋକ ଟଙ୍କା ମାଗିଥିଲେ। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ମୁଁ ଏହି ଅଭିଯୋଗର ଯାଞ୍ଚ ଲାଗି ସରକାରଙ୍କୁ ଆହ୍ବାନ କରୁଛି। କେନ୍ଦ୍ରରେ ଭାଜପା କ୍ଷମତାରେ ଅଛି, ରାଜ୍ୟରେ ଏବଂ ଅନ୍ୟାନ୍ୟ ଏଜେନ୍ସି ମଧ୍ୟ ସେମାନଙ୍କ ସହ ଅଛନ୍ତି। ସେମାନଙ୍କୁ ଅନୁସନ୍ଧାନ କରିବାକୁ ଦିଅନ୍ତୁ, ତେବେ ଅଭିଯୋଗ ସ୍ପଷ୍ଟ ହୋଇଯିବ ।

ଅଜିତ ପାୱାର କହିଛନ୍ତି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସରକାର କ୍ଷମତାକୁ ଆସିବା ପୂର୍ବରୁ ବେଦାନ୍ତ ଗୁଜରାଟରେ ଏହାର କାରଖାନା ସ୍ଥାପନ କରିବାକୁ ନିଷ୍ପତ୍ତି ନେଇଥିଲେ ବୋଲି ଗୁଜବ ପ୍ରଚାର କରାଯାଉଛି। ଏହା ସମ୍ପୂର୍ଣ୍ଣ ମିଥ୍ୟା।

ବେଦାନ୍ତ-ଫକ୍ସକନ ପ୍ରକଳ୍ପ ଉପରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ନେତୃତ୍ୱରେ ଏକ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକ ଜୁଲାଇ ୧୫ ରେ ଅନୁଷ୍ଠିତ ହୋଇଥିବାବେଳେ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଏମଭିଏ ସରକାରଙ୍କୁ ଜୁନ ମାସରେ କ୍ଷମତା ଚ୍ୟୁତ କରାଯାଇଥିଲା। ଏହି ପ୍ରକଳ୍ପ ସ୍ଥାନାନ୍ତରଣରେ ଶିନ୍ଦେ ସରକାରଙ୍କ ପ୍ରଚ୍ଛନ୍ନ ହାତ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri