ରାସ୍ତା କାମରେ ମିଥ୍ୟା ବିଲ୍‌, ଦେଢ଼ମାସ ପରେ ବି କାର୍ଯ୍ୟାନୁଷ୍ଠାନ ହେଉନି

ବୋଲଗଡ଼,୭ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ଏକ ରାସ୍ତା କାମରେ ମିଥ୍ୟା ବିଲ୍‌ କରି ଅର୍ଥ ତୋସରପାତ କରାଯାଇଥିବା ନେଇ ନାରାୟଣୀପଡ଼ା ଗ୍ରାମବାସୀଙ୍କ ପକ୍ଷରୁ ଗତ ଫେବୃୟାରୀ ୧୨ରେ ଅଭିଯୋଗ ହୋଇଥିଲା। ତେବେ ଅଭିଯୋଗକୁ ପ୍ରାୟ ଦେଢ଼ ମାସ ବିତିଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ଏନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ଅଭିଯୋଗ ଅନୁଯାୟୀ, ନାରାୟଣୀପଡା ପୂର୍ତ୍ତ ବିଭାଗ ରାସ୍ତାଠାରୁ ଗୌଡ଼ପାଟଣା ପୂର୍ତ୍ତ ବିଭାଗ ସଂଯୋଗ ଆର୍‌ଡି ରାସ୍ତା ଉପରେ ନିର୍ମାଣ କାର୍ଯ୍ୟ ପାଇଁ ଟେଣ୍ଡର ହୋଇ କାର୍ଯ୍ୟ ଚାଲୁରହିଛି। ନିର୍ମାଣାଧୀନ ଆର୍‌ଡି ରାସ୍ତା ଉପରେ ଗୋପାଳପୁର ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଅନାବଶ୍ୟକ ମେଣ୍ଟାଲିଂ କରାଯାଇ ଅର୍ଥ ତୋସାରପାତ କରିବାର ଉଦ୍ୟମକୁ ଗ୍ରାମବାସୀ ପ୍ରତିବାଦ କରିଛନ୍ତି। ଏଥିସହ ପଞ୍ଚାୟତ ପକ୍ଷରୁ ବିଛାଯାଇଥିବା ମେଣ୍ଟାଲ ଗ୍ରାମବାସୀ ଜବତ କରିଛନ୍ତି। ଏହା ସତ୍ତ୍ବେ ମିଥ୍ୟା ବିଲ୍‌ କରି ୮ଲକ୍ଷ ଟଙ୍କା ଉଠାଇ ନେଇଥିବା ନେଇ ଗ୍ରାମବାସୀ ସ୍ଥାନୀୟ ବିଡିଓ, ଜିଲାପାଳ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ କରିଥିଲେ। ତେବେ ଏହି ଅଭିଯୋଗକୁ ଦେଢ଼ ମାସ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ ବୋଲି ଗ୍ରାମବାସୀଙ୍କ ପକ୍ଷରୁ ପୂର୍ବତନ ସରପଞ୍ଚ ବ୍ରଜରାଜ ରାଉତ, ବିଜୟ କୁମାର ଚୌଧୁରୀ, ବାନାମ୍ବର ରାଉତ, ପ୍ରଶାନ୍ତ ବିଶ୍ବାଳ, ମାଧବ ରାଉତ, ପ୍ରଫୁଲ୍ଲ ପ୍ରମୁଖ କହିଛନ୍ତି। ନିର୍ମାଣାଧୀନ ଆର୍‌ଡି ରାସ୍ତା ପୂର୍ବରୁ ପଞ୍ଚାୟତ ଅଧୀନରେ ରହିଥିଲା, ତେଣୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ବ୍ୟୟ ହୋଇଛି ବୋଲି ପଞ୍ଚାୟତର କେତେଜଣ କର୍ମଚାରୀ କହିଛନ୍ତି। ବୋଲଗଡ଼ ପଞ୍ଚାୟତ ସମିତି ଉକ୍ତ ରାସ୍ତାକୁ ୨୦୧୮ରୁ ଆର୍‌ଡି ବିଭାଗକୁ ହସ୍ତାନ୍ତର କରିସାରିଛି ବୋଲି ଗ୍ରାମବାସୀ କହିଛନ୍ତି। ଏନେଇ ଗ୍ରାମବାସୀ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ଅନ୍ୟପଟେ ଅଭିଯୋଗ ସମ୍ପର୍କରେ ଅବଗତ ଅଛି ବୋଲି ଗୋପାଳପୁରର ନୂତନ ସରପଞ୍ଚ ପ୍ରଦୀପ କୁମାର ବାରିକ କହିଛନ୍ତି। ଏନେଇ ସ୍ଥାନୀୟ ବିଡିଓ ଧୋବେଇ ନାୟକଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri