ରାସ୍ତା କାମରେ ମିଥ୍ୟା ବିଲ୍‌, ଦେଢ଼ମାସ ପରେ ବି କାର୍ଯ୍ୟାନୁଷ୍ଠାନ ହେଉନି

ବୋଲଗଡ଼,୭ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ଏକ ରାସ୍ତା କାମରେ ମିଥ୍ୟା ବିଲ୍‌ କରି ଅର୍ଥ ତୋସରପାତ କରାଯାଇଥିବା ନେଇ ନାରାୟଣୀପଡ଼ା ଗ୍ରାମବାସୀଙ୍କ ପକ୍ଷରୁ ଗତ ଫେବୃୟାରୀ ୧୨ରେ ଅଭିଯୋଗ ହୋଇଥିଲା। ତେବେ ଅଭିଯୋଗକୁ ପ୍ରାୟ ଦେଢ଼ ମାସ ବିତିଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ଏନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ଅଭିଯୋଗ ଅନୁଯାୟୀ, ନାରାୟଣୀପଡା ପୂର୍ତ୍ତ ବିଭାଗ ରାସ୍ତାଠାରୁ ଗୌଡ଼ପାଟଣା ପୂର୍ତ୍ତ ବିଭାଗ ସଂଯୋଗ ଆର୍‌ଡି ରାସ୍ତା ଉପରେ ନିର୍ମାଣ କାର୍ଯ୍ୟ ପାଇଁ ଟେଣ୍ଡର ହୋଇ କାର୍ଯ୍ୟ ଚାଲୁରହିଛି। ନିର୍ମାଣାଧୀନ ଆର୍‌ଡି ରାସ୍ତା ଉପରେ ଗୋପାଳପୁର ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଅନାବଶ୍ୟକ ମେଣ୍ଟାଲିଂ କରାଯାଇ ଅର୍ଥ ତୋସାରପାତ କରିବାର ଉଦ୍ୟମକୁ ଗ୍ରାମବାସୀ ପ୍ରତିବାଦ କରିଛନ୍ତି। ଏଥିସହ ପଞ୍ଚାୟତ ପକ୍ଷରୁ ବିଛାଯାଇଥିବା ମେଣ୍ଟାଲ ଗ୍ରାମବାସୀ ଜବତ କରିଛନ୍ତି। ଏହା ସତ୍ତ୍ବେ ମିଥ୍ୟା ବିଲ୍‌ କରି ୮ଲକ୍ଷ ଟଙ୍କା ଉଠାଇ ନେଇଥିବା ନେଇ ଗ୍ରାମବାସୀ ସ୍ଥାନୀୟ ବିଡିଓ, ଜିଲାପାଳ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ କରିଥିଲେ। ତେବେ ଏହି ଅଭିଯୋଗକୁ ଦେଢ଼ ମାସ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ ବୋଲି ଗ୍ରାମବାସୀଙ୍କ ପକ୍ଷରୁ ପୂର୍ବତନ ସରପଞ୍ଚ ବ୍ରଜରାଜ ରାଉତ, ବିଜୟ କୁମାର ଚୌଧୁରୀ, ବାନାମ୍ବର ରାଉତ, ପ୍ରଶାନ୍ତ ବିଶ୍ବାଳ, ମାଧବ ରାଉତ, ପ୍ରଫୁଲ୍ଲ ପ୍ରମୁଖ କହିଛନ୍ତି। ନିର୍ମାଣାଧୀନ ଆର୍‌ଡି ରାସ୍ତା ପୂର୍ବରୁ ପଞ୍ଚାୟତ ଅଧୀନରେ ରହିଥିଲା, ତେଣୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ବ୍ୟୟ ହୋଇଛି ବୋଲି ପଞ୍ଚାୟତର କେତେଜଣ କର୍ମଚାରୀ କହିଛନ୍ତି। ବୋଲଗଡ଼ ପଞ୍ଚାୟତ ସମିତି ଉକ୍ତ ରାସ୍ତାକୁ ୨୦୧୮ରୁ ଆର୍‌ଡି ବିଭାଗକୁ ହସ୍ତାନ୍ତର କରିସାରିଛି ବୋଲି ଗ୍ରାମବାସୀ କହିଛନ୍ତି। ଏନେଇ ଗ୍ରାମବାସୀ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ଅନ୍ୟପଟେ ଅଭିଯୋଗ ସମ୍ପର୍କରେ ଅବଗତ ଅଛି ବୋଲି ଗୋପାଳପୁରର ନୂତନ ସରପଞ୍ଚ ପ୍ରଦୀପ କୁମାର ବାରିକ କହିଛନ୍ତି। ଏନେଇ ସ୍ଥାନୀୟ ବିଡିଓ ଧୋବେଇ ନାୟକଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri