ବହୁ ଜୀବନ ନେଇଛନ୍ତି ନକଲି ଡାକ୍ତର

ଭୁବନେଶ୍ୱର, ୨୨ା୨(ବ୍ୟୁରୋ):ଟଙ୍କା ପାଇଁ ବିଭିନ୍ନ ରାଜ୍ୟର ୧୭ ମହିଳାଙ୍କୁ ବିବାହ କରି ଠକେଇ ଓ ପ୍ରତାରଣା କରିଥିବା ରସିକିଆ ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ବିରୋଧରେ ଦିନକୁ ଦିନ ଠକେଇର ନୂଆ ଫର୍ଦ୍ଦ ଯୋଡ଼ି ହେବାରେ ଲାଗିଛି। କମିଶନରେଟ ପୋଲିସ ତାଙ୍କୁ ରିମାଣ୍ଡରେ ନେଇ ଜେରା କରି ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରୁଛି। ସୋମବାର ରିମାଣ୍ଡର ତୃତୀୟ ଦିନରେ ମଧ୍ୟ ତାଙ୍କୁ ମାରାଥନ ଜେରା କରାଯାଇଥିଲା। ତାଙ୍କ ବୟାନ ଆଧାରରେ ପୋଲିସ ଖଣ୍ଡଗିରି ଥାନା ଅଞ୍ଚଳର ଏକ ଆପାର୍ଟମେଣ୍ଟରେ ଚଢ଼ାଉ କରି ରମେଶଙ୍କ ୨ଟି ଗାଡ଼ି ଜବତ କରିଛି।
ଅନ୍ୟପକ୍ଷରେ ତଦନ୍ତରୁ ଜଣାପଡ଼ିଛି, ରମେଶ ଢ଼େଙ୍କାନାଳ କାମାକ୍ଷାନଗରରେ ୧୯୯୦ରୁ ୨୦୧୯ ଯାଏ ଡାକ୍ତର ନ ହୋଇବି କ୍ଲିନିକ୍‌ ଚଳାଇଥିଲେ। ଭୁଲ୍‌ ଚିକିତ୍ସା ଫଳରେ କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ମଧ୍ୟ ଅଭିଯୋଗ ହୋଇଛି। ଏଥିସହ ସେ ଢେଙ୍କାନାଳ କଙ୍କଡ଼ାହାଡ଼ରୁ ବେଆଇନ୍‌ କାଠଚାଲାଣ ମଧ୍ୟ କରୁଥିଲେ। ସେହିଭଳି କାମାକ୍ଷାନଗର ପୋଷ୍ଟ ଅଫିସ ନିକଟରେ ସେ ୧୯୯୫ରେ ଜାଗା କିଣି ଘର କରିଥିଲେ। ହେଲେ ବର୍ତ୍ତମାନ ଉକ୍ତ ଘର ବନ୍ଦ ରହିଥିବା ଜଣାପଡ଼ିଛି। ଏଥିସହ ଜଣେ ଡ୍ରାଇଭରଙ୍କୁ ସେ ୩୦ ହଜାର ଠକିଛନ୍ତି। ପୋଲିସ କହିଛି, କୃଷ୍ଣ ନାମକ ଜଣେ ଡ୍ରାଇଭରଙ୍କଠାରୁ ଅଭିଯୁକ୍ତ ରମେଶ ୬୦ ହଜାର ଟଙ୍କା ନେଇଥିଲେ। ୩୦ ହଜାର ଟଙ୍କା ଫେରାଇ ଥିବାବେଳେ ବାକି ଟଙ୍କା ଦେଇ ନ ପାରି ୩୦ଟି ଆୟୁର୍ବେଦ ମେଡିସିନ୍‌ ପେଟି ତାଙ୍କ ପାଖରେ ବନ୍ଧା ରଖିଥିଲେ। ତେବେ ଉକ୍ତ ମେଡିସିନ ସବୁ ଏକ୍ସପାୟାର ଥିବା ଡ୍ରାଇଭର ଜଣକ ଜାଣିବାକୁ ପାଇଥିଲେ। ତେବେ ପୋଲିସ ଟିମ୍‌ ଉକ୍ତ ୩୦ ପେଟି ମେଡ଼ିସିନ୍‌କୁ ଜବତ କରିଛି।
ଡିସିପି ଉମାଶଙ୍କର ଦାଶ ଗଣମାଧ୍ୟମକୁ କହିଛନ୍ତି, ଏକ ପୋଲିସ ଟିମ୍‌ କେନ୍ଦ୍ରାପଡ଼ାରେ ଥିବା ରମେଶଙ୍କ ପୈତୃକ ଘରକୁ ତଦନ୍ତ କରିବାକୁ ଯିବ। ଏହାବ୍ୟତୀତ ପାରାଦୀପ ଓ ଢେଙ୍କାନାଳ ଯାଇ ଅଧିକ ତଥ୍ୟ ହାସଲ କରିବ। ଏଥିସହ ଅଭିଯୁକ୍ତ ରମେଶଙ୍କ ରିମାଣ୍ଡ ଅବଧି ବଢ଼େଇବାକୁ କୋର୍ଟରେ ପ୍ରାର୍ଥନା କରାଯିବ ବୋଲି ଡିସିପି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଅଭିଯୁକ୍ତ ରମେଶ ବିଭିନ୍ନ ମାଟ୍ରିମୋନିଆଲ ଓ ସୋସିଆଲ୍‌ ସାଇଟ୍‌ରୁ ଉଚ୍ଚଶିକ୍ଷିତା ମହିଳାଙ୍କୁ ଫସାଇ ବିବାହ କରୁଥିଲେ। ପରବର୍ତ୍ତୀ ସମୟରେ ଟଙ୍କା, ସୁନା ଓ ସମ୍ପତ୍ତି ଲୁଟୁଥିଲେ। ତାଙ୍କ ଦ୍ୱାରା ପ୍ରତାରଣାର ଶିକାର ହୋଇଥିବା ଦିଲ୍ଲୀର ଜଣେ ମହିଳା ଗତବର୍ଷ ଜୁଲାଇରେ ଭୁବନେଶ୍ୱର ମହିଳା ଥାନାରେ ଅଭିଯୋଗ କରିବା ପରେ ଏବେ କମିଶନରେଟ ପୋଲିସ ତାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri