ମଣ୍ଡିରେ ଧାନପଡ଼ି ସରୁଛି ଟୋକନ ଅବଧି:ଧାନ କିଣାବିକାରେ ଚାଲିଛି ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ୩ମାସ ପୂରିବ। କିନ୍ତୁ ଏବେ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ ଧାନ ବିକ୍ରିବଟାକୁ ନେଇ ଚାଷୀମାନେ ବହୁବିଧ ସମସ୍ୟାରେ ଛନ୍ଦି ହୋଇଛନ୍ତି। ଜିଲାର ପଦ୍ମପୁର ଉପଖଣ୍ଡରେ ଏଭଳି ସମସ୍ୟା ଅଧିକ ଜଟିଳ ହୋଇ ପଡ଼ିଛି। ଏଠାରେ ରହିଥିବା ବିଭିନ୍ନ ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାରେ ଅନିୟମିତତା ଚାଲିଥିବା ଅଭିଯୋଗ ହୋଇଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଥିବାବେଳେ ତାକୁ ଉଠାଯିବା ତ ଦୂରର କଥା, ତାକୁ କାଗଜାତ୍‌ରେ ଏଣ୍ଟ୍ରି ମଧ୍ୟ କରାଯାଉ ନାହିଁ। ଅନ୍ୟପଟେ ମଣ୍ଡିକୁ ଆସି ନଥିବା ଧାନକୁ ସିଧାସଳଖ କେତେକ ନିର୍ଦ୍ଦିଷ୍ଟ ରାଇସ୍‌ ମିଲକୁ ନିଆଯାଉଛି ଏବଂ ସେହି ଧାନକୁ ମଣ୍ଡିର କାଗଜାତ୍‌ରେ ଫଲ୍ସଏଣ୍ଟ୍ରି କରାଯାଉଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ମଣ୍ଡିରେ ଦୀର୍ଘଦିନ ଧାନ ବିକ୍ରି ଅପେକ୍ଷାରେ ପଡ଼ି ରହୁଛି ଏବଂ ତାହା ବିକ୍ରି ହୋଇପାରୁ ନଥିବାବେଳେ ଶେଷରେ ବିକ୍ରି ପାଇଁ ସମ୍ପୃକ୍ତ ଚାଷୀମାନଙ୍କୁ ମିଳିଥିବା ଟୋକନ ଅବଧି ମଧ୍ୟ ସରି ଯାଉଛି। ଏଭଳି ସାଂଘାତିକ ଅଭିଯୋଗ ନେଇ ମଙ୍ଗଳବାର ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଗୋଠୁଗୁଡ଼ା ଧାନମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ପ୍ରତିନିଧି ଗୋଠୁଗୁଡ଼ା କୃଷକ ସଂଘ ନେତୃତ୍ୱରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରି ଗଠୁଗୁଡ଼ା ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଲିଥିବା ଅନିୟମିତତାର ତଦନ୍ତ ସହିତ କାର୍ଯ୍ୟାନୁଷ୍ଠାନ ନେବା ଏବଂ ଏହି ମଣ୍ଡିରେ ବିକ୍ରି ଅପେକ୍ଷାରେ ପଡ଼ି ରହିଥିବା ସମସ୍ତ ଧାନକୁ କିଣିବାକୁ ଦାବି କରାଯାଇଛି।
ବରଗଡ଼ ଜିଲାରେ ଗତବର୍ଷ ନଭେମ୍ବର ମାସ ୨୦ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପର୍ଯ୍ୟାୟକ୍ରମେ ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି(ଆରଏମ୍‌ସି) ଅଧୀନ ମଣ୍ଡି ଗୁଡ଼ିକ ଖୋଲିଥିଲା। ଏହି କ୍ରମରେ ପଦ୍ମପୁର ଆର୍‌ଏମ୍‌ସି ଅଧୀନରେ ରହିଥିବା ଗୋଠୁଗୁଡ଼ା ମଣ୍ଡିରେ ମଧ୍ୟ ଧାନ କିଣାବିକା ଆରମ୍ଭ ହୋଇଥିଲା। ସ୍ଥାନୀୟ ଏସ୍‌ଏଚ୍‌ଜିକୁ ଉକ୍ତ ମଣ୍ଡିରେ ଧାନକ୍ରୟ ଦାୟିତ୍ୱ ଦିଆଯାଇଛି। କିନ୍ତୁ ଏହି ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାରେ ଅନିୟମିତତା ଚାଲିଥିବା ଅଭିଯୋଗ ହୋଇଛି। ଚାଷୀମାନେ ସେମାନଙ୍କୁ ମିଳିଥିବା ଟୋକନ ଆଧାରରେ ମଣ୍ଡିକୁ ଧାନ ଆଣୁଛନ୍ତି। କିନ୍ତୁ ସେମାନଙ୍କ ଧାନକୁ କିଣାଯାଉ ନଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ମଣ୍ଡିକୁ ଆସି ନଥିବା ଧାନ ବେପାରୀ ମାଧ୍ୟମରେ ସିଧାସଳଖ ବିଭିନ୍ନ ରାଇସ୍‌ ମିଲକୁ ଯାଉଛି ଏବଂ ଧାନ କ୍ରୟସଂସ୍ଥା, ମଣ୍ଡି କର୍ମଚାରୀ ଏବଂ ମିଲର୍ସଙ୍କ ମିଳିତରେ ମଣ୍ଡି କାଗଜପତ୍ରରେ ସେହି ଧାନକୁ ଫଲ୍ସଏଣ୍ଟ୍ରି କରାଯାଉ ଥିବାବେଳେ ମଣ୍ଡିରେ ଧାନ ପକାଇଥିବା ଅନେକ ଚାଷୀଙ୍କ ଟୋକନ ଅବଧି ଶେଷ ହୋଇଯାଉଛି। ଫଳରେ ଟୋକନ ଆଧାରରେ ମଣ୍ଡିକୁ ଆଣିଥିଲେ ସୁଦ୍ଧା ସେମାନେ ଧାନବିକ୍ରିରୁ ବଞ୍ଚିତ ରହୁଛନ୍ତି ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ଏଭଳି ଅବ୍ୟବସ୍ଥା ଯୋଗୁ ଗୋବର୍ଦ୍ଧନ ଦୀପ, ରାଜକୁମାର ପଟେଲ, ଡୋଲାମଣି ପଟେଲ, ଲକ୍ଷ୍ମଣ ସାହୁଙ୍କ ସମେତ ଅନେକ ଚାଷୀଙ୍କ ଟୋକନ ଅବଧି ସରିଯାଇଥିବା ଅଭିଯୋଗ ହୋଇଛି। ଫଳରେ ଏ ଦିଗରେ ବିହିତ କାର୍ଯ୍ୟାନୁଷ୍ଠାନ ନେବାକୁ ଗୋଠୁଗୁଡ଼ା କୃଷକ ସଂଘ ଦାବି କରିଛି। ସଂଘର ସଭାପତି ଖଗପତି ସାହୁ, ସମ୍ପାଦକ ରାଜକୁମାର ନାଏକ, ଚାଷୀନେତା ବିଶ୍ୱମ୍ବର ପ୍ରଧାନ, ଆମ ଆଦମୀ ପାର୍ଟିର ଜିଲା ଆବାହକ ଭବାନୀ ପ୍ରସାଦ ସାହୁ, ବାଲ୍ମିକୀ ନାଏକ ପ୍ରମୁଖ ସ୍ମାରକପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri