ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…

ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍‌ର ଡୋଜ୍‌ ନେବା ପରେ ମୁମ୍ବାଇର ୩୯୦ ଲୋକଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ନ ପାଇବାରୁ ଟିକାକରଣ ଅଭିଯାନକୁ ନେଇ ଲୋକଙ୍କ ମଧ୍ୟରେ ସନ୍ଦେହ ଉପୁଜିଛି। ସ୍ଥାନୀୟ କାନ୍ଦଓ୍ବଲି ଅଞ୍ଚଳର ହୀରାନନ୍ଦାନୀ ସୋସାଇଟିରେ ମେ’ ୩୦ରେ ମିଛ ଟିକାକରଣ ଅଭିଯାନ କରାଯାଇଥିବା ଅଭିଯୋଗ ହୋଇଛି। ତେବେ କାହାଠାରେ କିଛି ମଧ୍ୟ ଲକ୍ଷଣ ପ୍ରକାଶ ପାଇ ନ ଥିବା ଅଭିଯୋଗ ହୋଇଛି। ପ୍ରତି ଲୋକଙ୍କଠାରୁ କୋଭିଶିଲ୍ଡ୍‌ର ଡୋଜ୍‌ ପାଇଁ ୧୨୬୦ଟଙ୍କା ଫି ନିଆଯାଇଥିଲା। ଡୋଜ୍‌ ନେବା ପରେ କିଛି ଲୋକଙ୍କୁ ଭିନ୍ନ ଭିନ୍ନ ତାରିଖର ସାର୍ଟିଫିକେଟ ଜାରି ହୋଇଥିବା ଅଭିଯୋଗ ହୋଇଛି। ସାର୍ଟିଫିକେଟରେ ଭିନ୍ନ ଭିନ୍ନ ହସ୍ପିଟାଲର ନାମ ଉଲ୍ଲେଖ କରାଯାଇଛି। ଏନେଇ ସମ୍ପୃକ୍ତ ହସ୍ପିଟାଲଗୁଡ଼ିକ ସହିତ ଯୋଗାଯୋଗ କରାଯିବାରୁ ସେଭଳି କୌଣସି ଅଭିଯାନ କରା ଯାଇ ନ ଥିବା ଉତ୍ତର ମିଳିଛି। ଏନେଇ ପୋଲିସ ପକ୍ଷରୁ ତନାଘନା ଆରମ୍ଭ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ୨ ଜଣଙ୍କୁ ଗିରଫ କରି ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri