Posted inଜାତୀୟ

ଭାରତୀୟ ସେନାରେ ମୁସ୍ଲିମ୍‌ ରେଜିମେଣ୍ଟ୍‌ ନେଇ ମିଥ୍ୟା ଖବର: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ୧୨୦ ଅବସରପ୍ରାପ୍ତ ଯବାନ

ନୂଆଦିଲ୍ଲୀ, ୧୫।୧୦: ଭାରତୀୟ ସେନାରେ ମୁସ୍ଲିମ୍‌ ରେଜିମେଣ୍ଟ୍‌ ଥିବା ନେଇ ମିଥ୍ୟା ଖବର ସୋସିଆଲ୍‌ ମିଡ଼ିଆରେ ୨୦୧୩ ମେ’ଠାରୁ ପ୍ରଚାରିତ ହେବାରେ ଲାଗିଛି। ଏହାର ବିରୋଧ କରି ୧୨୦ ଅବସରପ୍ରାପ୍ତ ଯବାନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖକୁ ଚିଠି ଲେଖିଛନ୍ତି। ଏନେଇ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ଯବାନଙ୍କ ମଧ୍ୟରେ ୨୪ ଜଣ ୨ ତାରକା ଏବଂ ୩ ତାରକା ଜେନେରାଲ ମଧ୍ୟ ରହିଛନ୍ତି। ୧୯୬୫ରେ ଚାଇନା ସହିତ ହୋଇଥିବା ଯୁଦ୍ଧରେ ଭାରତୀୟ ସେନାର ମୁସ୍ଲିମ୍‌ ରେଜିମେଣ୍ଟ୍‌ ଲଢ଼ିବାକୁ ଅମଙ୍ଗ ହୋଇଥିବା ମିଥ୍ୟା ଖବର ସୋସିଆଲ୍‌ ମିଡ଼ିଆରେ ଲଗାତାର ପ୍ରଚାର ହେଉଛି। କିନ୍ତୁ ଭାରତୀୟ ସେନାରେ ଏଭଳି କୌଣସି ରେଜିମେଣ୍ଟ୍‌ ନାହିଁ। ଉତ୍ତେଜନା ସୃଷ୍ଟି ପାଇଁ ଜାଣିଶୁଣି ଏଭଳି କରାଯାଉଥିବା ଚିଠିରେ ଅଭିଯୋଗ କରାଯାଇଛି। ଭାରତୀୟ ସେନା ସବୁବେଳେ ରାଜନୀତିଠାରୁ ଦୂରରେ ରହିବା ସହିତ ଧର୍ମନିରପେକ୍ଷତାକୁ ବଜାୟ ରଖିଥିବା ଚିଠିରେ ଦର୍ଶାଯାଇଛି। ଫେସ୍‌ବୁକ୍‌ ଏବଂ ଟୁଇଟରକୁ ଚେତାବନୀ ଦେବାକୁ ଅବସରପ୍ରାପ୍ତ ଯବାନମାନେ ଦାବି କରିଛନ୍ତି। ସୋସିଆଲ୍‌ ମିଡ଼ିଆରେ କରାଯାଉଥିବା ଏଭଳି ଭ୍ରମାତ୍ମକ ପ୍ରଚାର ପଛରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ହାତ ଥିବା ନେଇ ଅବସରପ୍ରାପ୍ତ ଜେନେରାଲ ଏସ୍‌.ଏ.ହସନୈନ୍‌ ନିଜ ବ୍ଲଗ୍‌ରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri